ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ; ବୈତରଣୀରେ ବୁଡ଼ି ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ…

ହାଟଡିହୀ/ଛେନାପଦୀ, ୪।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ନିକଟସ୍ଥ ବୈତରଣୀ ନଦୀରେ ବୁଡ଼ି ଜଣେ ୧୪ ବର୍ଷର ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଛାତ୍ର ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ମୃତ ଛାତ୍ର ଜଣକ ହେଉଛନ୍ତି ଅମୃତପୁର ଗ୍ରାମର ଚିତ୍ତରଞ୍ଜନ ଭୂତିଆଙ୍କ ସାନ ପୁଅ ସୋମ୍ୟରଞ୍ଜନ (୧୪)।

ସୂଚନା ଅନୁଯାୟୀ, ଗୁରୁବାର ମଧ୍ୟାହ୍ନ ସମୟରେ ସୋମ୍ୟରଞ୍ଜନ ଏବଂ ତାଙ୍କ ସାଙ୍ଗ ସଦାନନ୍ଦ ଦାସଙ୍କ ପୁଅ ଆକାଶ ଅନ୍ୟ ସାଙ୍ଗମାନଙ୍କ ସହ ବୈତରଣୀ ନଦୀକୁ ଗାଧୋଇବାକୁ ଯାଇଥିଲେ।ଗାଧୋଉଥିବା ସମୟରେ ହଠାତ ସୌମ୍ୟରଞ୍ଜନ ଏବଂ ଆକାଶ ନଦୀର ଏକ ଗଭୀର ଖାଲ ଭିତରକୁ ଖସି ଯାଇ ବୁଡ଼ି ଯାଇଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ଥିବା ଅନ୍ୟ ସାଙ୍ଗମାନେ ଭୟରେ ଚିତ୍କାର କରିଥିଲେ। ପିଲାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ ଏବଂ ଉଭୟଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ନଦୀରୁ ଉଦ୍ଧାର କରିଥିଲେ। ଉଭୟଙ୍କୁ ପ୍ରଥମେ ଶାଳଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ତୁରନ୍ତ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ସୋମ୍ୟରଞ୍ଜନଙ୍କୁ ମୃତ ଘୋଷଣା କରିଥିବା ବେଳେ ଆକାଶ ଏବେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି।

ସୋମ୍ୟରଞ୍ଜନ ଚଳିତ ବର୍ଷ ହିଁ ଦଶମ ଶ୍ରେଣୀ ପାସ୍ କରିଥିଲେ। ଫଳାଫଳ ବାହାରିବା ଖୁସି ପରିବାରରେ ଥିବା ବେଳେ ଏହି ଅଭାବନୀୟ ଘଟଣା ପରେ ସ୍ଥାନୀୟ ଅଞ୍ଚଳ ଏବଂ ସୋମ୍ୟରଞ୍ଜନଙ୍କ ପରିବାରରେ ଗଭୀର ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri