Posted inରାଜ୍ୟ

ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୯ା୧୨: ଓଡ଼ିଶାର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢିଛି। ଡିସେମ୍ବର ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ଶେଷ ହେଉଥିଲା ବେଳେ ୧ ଜାନୁୟାରୀ ୨୦୨୪ରୁ ଜୁନ ୩୦ ୨୦୨୪ ପର୍ଯ୍ୟନ୍ତ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ବୃଦ୍ଧି କାରାଯାଇଛି।

୧୯୮୯ ବ୍ୟାଚ୍‌ ଓଡ଼ିଶା ଆଇଏଏସ୍‌ ଅଧିକାରୀ ପ୍ରଦୀପ କୁମାର ଜେନା ଚଳିତ ବର୍ଷ ମାର୍ଚ୍ଚ ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ଜେନା ବର୍ତ୍ତମାନ ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କ ପୂର୍ବରୁ ମୁଖ୍ୟ ସଚିବ ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ରାଜ୍ୟ ସରକାର ଦୁଇ ଥରରେ ୧ବର୍ଷ ପାଇଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରିଥିଲେ।

ପୂର୍ବରୁ ପ୍ରଦୀପ ଜେନା ଉନ୍ନୟନ କମିସନର ଓ ୨୦୧୭ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭଳି ଦାୟିତ୍ୱ ତୁଲାଇଛନ୍ତି। ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା ।

୧୯୯୯ ମସିହାର ମହାବାତ୍ୟା ସମୟରେ ସେ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ମହାବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟକୁ ସୁଚାରୁରୂପେ ତୁଲାଇ ଥିବାରୁ ପ୍ରଦୀପ ଜେନା ରାଜ୍ୟ ଓ ଜାତୀୟ ସ୍ତରରେ ଉଚ୍ଚପ୍ରଶଂସିତ ହୋଇଥିଲେ । ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ଯ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି । ସେହିପରି କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri