Posted inଜାତୀୟ

୪୯ ତମ ପ୍ରଧାନ ବିଚାରପତି ଲଳିତଙ୍କ କାର୍ଯ୍ୟକାଳ ହେବ ୭୪ ଦିନର…

ନୂଆଦିଲ୍ଲୀ, ୪।୮ : ପ୍ରଧାନ ବିଚାରପତି ଏନ.ଭି ରମନା ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ପାଇଁ ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ୟୁୟୁ ଲଳିତଙ୍କ ନାମ ସୁପାରିଶ କରିଛନ୍ତି। ଏହାପୂର୍ବରୁ ଆଇନ ମନ୍ତ୍ରୀ ରମନାଙ୍କୁ ଚିଠି ଲେଖି ତାଙ୍କ ଉତ୍ତରାଧିକାରୀ କିଏ ହେବ ବୋଲି ପଚାରିଥିଲେ। ରମନା ୨୬ ଅଗଷ୍ଟରେ ଅବସର ନେଉଛନ୍ତି। ଜଷ୍ଟିସ ଲଳିତ ଅଗଷ୍ଟ ୨୭ ରେ ଦେଶର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ।

ତାଙ୍କର କାର୍ଯ୍ୟକାଳ ମାତ୍ର ୭୪ ଦିନର ହେବ। ପ୍ରଧାନବିଚାରପତି ଭାବରେ ଜଷ୍ଟିସ ଲଳିତ ଏହି କଲେଜିୟମର ମୁଖ୍ୟ ହେବେ, ଯେଉଁଥିରେ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ କୌଲ, ଜଷ୍ଟିସ ନାଜିର ଏବଂ ଜଷ୍ଟିସ ଇନ୍ଦିରା ବାନାର୍ଜୀ ସାମିଲ ହେବେ।

ଜଷ୍ଟିସ ବାନାର୍ଜୀ ସେପ୍ଟେମ୍ବର ୨୩ ରେ ଅବସର ନେଉଥିବା ବେଳେ ଜଷ୍ଟିସ କେଏମ ଜୋସେଫ କଲେଜିୟମରେ ପ୍ରବେଶ କରିବେ। ଜଷ୍ଟିସ ଲଳିତ ନଭେମ୍ବର ୮ ରେ ପ୍ରଧାନ ବିଚାରପତି ପଦରୁ ଅବସର ନେବେ। ଏହା ପରେ ଜଷ୍ଟିସ ଚନ୍ଦ୍ରଚୂଡଙ୍କୁ ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବରେ ନିଯୁକ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri