ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା ଜଣାପଡିଛି। ଚିକିତ୍ସାକକ୍ଷରେ ପାଣି ପଡ଼ିବା ଯୋଗୁ ଚିକିତ୍ସା ବ୍ୟାହତ ହେଉଛି। ବିଦ୍ୟୁତ ସରଞ୍ଜାମ ଓ ଉପକରଣ ନଷ୍ଟ ହେବାର ଆଶଙ୍କା ମଧ୍ୟ ରହିଛି। ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସ୍ଥାନରେ ଛାତରୁ ପାଣି ଝରି ଚଟାଣ ଓ ଘର ଭିତରେ ପଡ଼ୁଥିବାରୁ ଚିକିତ୍ସା ସେବାରେ ସମସ୍ୟା ସୃଷ୍ଟି ହେଉଥିବା ଦେଖିବାକୁ ମିଳିଛି। ବର୍ଷା ସମୟରେ ରୋଗୀଙ୍କୁ ରଖିବା ଓ ଚିକିତ୍ସା କରିବାରେ ମଧ୍ୟ ସମସ୍ୟା ଦେଖାଦେଉଛି। ଏପରି ସ୍ଥିତିରେ ସ୍ବାାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି।
ଏଠାରେ ସୂଚନାଯୋଗ୍ୟ ଯେ, ଜନସାଧାରଣଙ୍କ ସ୍ବାସ୍ଥ୍ୟ ସେବା ପାଇଁ ସରକାରଙ୍କ ପକ୍ଷରୁ ୨୦୦୮ ମସିହାରେ ଏଠାରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପ୍ରତିଷ୍ଠା କରିଥିଲେ ହେଁ ବର୍ତ୍ତମାନ ସୁଦ୍ଧା ଭିତ୍ତଭୂମି ସାଙ୍ଗକୁ ଏମବିବିଏସ ଡାକ୍ତର ନିଯୁକ୍ତି ହେଇ ନ ପାରିବା ଦୁଃର୍ଭାଗ୍ୟ ବିଷୟ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଏନେଇ ଏଠାରେ କାର୍ଯ୍ୟରତ ଫାର୍ମାସିଷ୍ଟ ସୁନୀଲ କୁମାର ବାଗଙ୍କୁ ପଚାରିବାରୁ ବର୍ଷା ଦିନ ମାନଙ୍କରେ ଛାତରୁ ପାଣି ଝରୁଥିବାରୁ ରୋଗୀମାନଙ୍କୁ ଚିକିତ୍ସା କରିବା ରେ ସମସ୍ୟା ହେଉଥିବା କହିଛନ୍ତି। ଏହି ଡାକ୍ତରଖାନା ଜଣେ ଆୟୁଷ ଡାକ୍ତର, ଜଣେ ଫାର୍ମାସିଷ୍ଟ, ଜଣେ ମହିଳା ସ୍ବାସ୍ଥ୍ୟ କର୍ମୀ, ଜଣେ ଆଟେଣ୍ଡଡେଣ୍ଡଙ୍କ ସାଙ୍ଗକୁ ଅନ୍ୟାନ୍ୟ କର୍ମଚାରୀ ଥିବା ଜଣାପଡ଼ିଛି। ଏଣୁ ଏହି ସ୍ବାସ୍ଥ୍ୟ କେନ୍ଦ୍ରର ଆବଶ୍ୟକ ଭିତ୍ତିଭୂମି ସହ ଏଲୋପାଥିକ ଡାକ୍ତର ନିଯୁକ୍ତି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବାକୁ ଜନ ସାଧାରଣଙ୍କ ପକ୍ଷରୁ ଦାବି ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri