ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ ପରିସରରେ ପାଣି ଜମି ରହୁଥିବା ଦେଖାଯାଇଛି l ଏହି ସମସ୍ୟା ପ୍ରତିବର୍ଷ ହେଉଥିବାବେଳେ ପ୍ରସାଶନ ପକ୍ଷରୁ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି l ଫଳରେ ଅସୁରକ୍ଷିତ ଓ ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି ପାଠପଢା I
ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ମୋଟ ୧୧୬ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ସ୍କୁଲ ପରିସର ମଧ୍ୟରେ ଏକ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ରହିଛି I ଗ୍ରାମରେ ସାମାନ୍ୟ ବର୍ଷା ହେଲେ ଡ୍ରେନର ଅଳିଆ ଆବର୍ଜନା ଅପରିଷ୍କାର ପାଣି ସମେତ ପୋଖରୀ ଓ ନିକଟସ୍ଥ କ୍ଷେତର ପାଣି ସ୍କୁଲ ସମ୍ମୁଖରେ ଜମି ରହୁଛି l ଏଠାରେ ମାସ ମାସ ଧରି ଦୂଷିତ ପାଣି ଜମି ରହିବା ଯୋଗୁ ଦୁର୍ଗନ୍ଧ ସହ ମଶାମାଛିଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ସ୍କୁଲର କୋମଳମତି ଛାତ୍ରୀଛାତ୍ର ଓ ଅଙ୍ଗନବାଡି କେନ୍ଦ୍ରକୁ ଆସୁଥିବା ଶିଶୁ ସମେତ ଗର୍ବବତୀ ମହିଳାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ଶିଶୁମାନେ ଗୋଡ଼ ଖସି ପଡ଼ି ଯାଉଥିବା ଦେଖାଯାଏ।
ଏ ନେଇ ସ୍କୁଲର ପ୍ରଧାନ ଶିକ୍ଷକ ବିଭୁତି ଭୂଷଣ ସେଠଙ୍କୁ ପଚାରିବାରୁ ବିଗତ ବର୍ଷଠାରୁ ଗ୍ରାମର ଗ୍ରାମ୍ୟ ଉନ୍ନୟନ ସମିତି, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷା, ବିଡ଼ିଓଘଙ୍କୁ ଜଣେଇଥିବା ଶ୍ରୀ ସେଠ କହିଛନ୍ତି I କିନ୍ତୁ ଏଯାଏ କୌଣସି ସୁଫଳ ମିଳିନାହିଁ I ଏଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ସମସ୍ୟା ପ୍ରତି ଦୃଷ୍ଟି ଦେବାକୁ ଅଭି ଭାବକ ମହଲରେ ଦାବି ହେଉଛି l ଖବର ପାଇ ସରପଞ୍ଚ ପ୍ରମୋଦ ସୁନା ଓ ସିଆରସିସି ହେମନ୍ତ ନାଏକ, ସ୍କୁଲ ପରିଚାଳନା କମିଟି ସଭାପତି ବିଶମ୍ବର ଭୋଇ ଙ୍କ ସମେତ କମିଟି ସଭ୍ୟ ମାନେ ଆସି ସ୍ଥିତି ଅନୁଧ୍ୟାନ କରିଥିଲେ l ଏନେଇ କମିଟି ପକ୍ଷରୁ ଗ୍ରାମ ଉନ୍ନୟନ କମିଟି ଓ ବିଡ଼ିଓଙ୍କୁ ଏହାର ସ୍ଥାୟୀ ସମାଧାନ ପାଇଁ ଲିଖିତ ନିବେଦନ କରାଯାଇଥିବା ଜଣାଯାଇଛି। ଏ ସମ୍ବନ୍ଧରେ ସ୍ଥାନିୟ ସରପଞ୍ଚ ପ୍ରମୋଦ କୁମାର ସୁନାଙ୍କୁ ପଚାରିବାରୁ ସମସ୍ୟାର ସମାଧାନ ପାଇଁ ଦେଢ଼ ଲକ୍ଷ ଟଙ୍କାର ଅନୁଦାନ ଦିଆଯାଇଛି, ଶୀଘ୍ର ସମାଧାନ ହେବ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri