Posted inଜାତୀୟ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଧାମି

ଡେରାଡୁନ,୨୩।୩: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ବୁଧବାର ଶପଥ ଗ୍ରହଣ କରିଛନ୍ତି ପୁଷ୍କର ସିଂ ଧାମି। ଡେରାଡୁନର ପ୍ୟାରେଡ ଗ୍ରାଉଣ୍ଡରେ ତାଙ୍କୁ ରାଜ୍ୟପାଳ ଗୁରୁମିତ ସିଂଙ୍କ ଶପଥ ପାଠ କରାଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଶପଥ ଗ୍ରହଣ କରିବାର କିଛି ସମୟ ପରେ ପୁଷ୍କର ଧାମି ଆଶୀର୍ବାଦ ପାଇବା ପାଇଁ ମୋଦିଙ୍କ ନିକଟରେ ପହଞ୍ଚିଥିଲେ। ଧାମି ରାଜ୍ୟର ଦ୍ୱାଦଶ ମୁଖ୍ୟମନ୍ତ୍ରୀ ହୋଇଛନ୍ତି।
ପୁଷ୍କର ସିଂ ଧାମିଙ୍କ ପରେ ସତ୍ୟପାଲ ମହାରାଜ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସତ୍ୟପାଲଙ୍କ ବ୍ୟତୀତ ଧନ ସିଂ ରାୱତ, ଗଣେଶ ଯୋଶୀ, ରେଖା ଆର୍ଯ୍ୟ, ସୁବୋଧ ୟୁନିୟାଲ, ସୌରଭ ବହୁଗୁଣା, ପ୍ରେମଚାନ୍ଦ ଅଗ୍ରୱାଲ ଏବଂ ଚନ୍ଦନ ରାମ ଦାସ ଶପଥ ନେଇଥିଲେ।
ପୁଷ୍କର ସିଂ ଧାମି ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେ ହେଉଛନ୍ତି ରାଜ୍ୟର ଦ୍ୱାଦଶ ମୁଖ୍ୟମନ୍ତ୍ରୀ। ଗତ ବିଧାନସଭା ନିର୍ବାଚନରେ ଧାମି ଖତିମା ଆସନରୁ ହାରିଯାଇଛନ୍ତି। ପରାଜୟ ସତ୍ତ୍ୱେ ଭାଜପା ତାଙ୍କ ଉପରେ ବିଶ୍ୱାସ ରଖିଛି। ପୁଷ୍କର ସିଂ ଧାମିଙ୍କୁ ୬ ମାସ ମଧ୍ୟରେ ଜିତି ବିଧାନସଭା ସଦସ୍ୟ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?