ସରିଲା କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ପରିଚାଳକଙ୍କ କାର୍ଯ୍ୟକାଳ

ପାଟଣା,୧ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ାସ୍ଥିତ କେନ୍ଦ୍ର ସମବାୟ ବ୍ୟାଙ୍କ ସାହାରପଡ଼ା ଶାଖା ପରିଚାଳକ ଦୀନବନ୍ଧୁ ମିଶ୍ର ଚାକିରିରୁ ରବିବାର ଅବସର ଗ୍ରହଣ କରିଛନ୍ତି। ଏଥି ପାଇଁ ସହାରପଡ଼ା ଶାଖା ପରିସରରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ଓ ବ୍ୟାଙ୍କ କର୍ମଚାରୀଙ୍କ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।

ମିଶ୍ର ୧୯୮୪ରେ ସମବାୟ ସମିତିରେ ଯୋଗ ଦେଇ କାର୍ଯ୍ୟ ଆରମ୍ଭ କରିଥିଲେ। ୨୦୧୨ରେ ସାହାରପଡ଼ା କେନ୍ଦ୍ର ସମବାୟ ବ୍ୟାଙ୍କରେ ଶାଖା ପରିଚାଳକ ଭାବେ ଯୋଗଦେଇଥିଲେ। ସେ ଜଣେ ଜଣାଶୁଣା ସମବାୟବିତ୍‌ ଭାବେ ଜିଲାରେ ତାଙ୍କର ପରିଚିତି ରହିଛି। ତାଙ୍କ କାର୍ଯ୍ୟ କାଳ ସମୟରେ ନିଷ୍ଠାର ସହିତ କାର୍ଯ୍ୟ କରି କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ସାହାରପଡ଼ା ଶାଖାକୁ ଜିଲାରେ ଏକ ନମ୍ବର କରିବାରେ ସଫଳ ହୋଇଥିଲେ। ଅବସରକାଳୀନ ବିଦାୟ ସଭାରେ ସାହାରପଡ଼ାବାସୀ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ...

ଫାଣ୍ଡି ସାମ୍ନାରେ ବସ୍‌କୁ ଧକ୍କା ଦେଲା ଟ୍ରଲର, ଯୋଡାରୁ ଟାଟାକୁ ଯାଉଥିବାବେଳେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ସୀମାନ୍ତ ଝାଡ଼ଖଣ୍ଡର ଜଗନ୍ନାଥପୁର ଥାନା ଅଧିନସ୍ଥ ଜୟନ୍ତୀଗଡ଼ ଫାଣ୍ଡି ସାମ୍ନାରେ ମଙ୍ଗଳବାର କାରଓ୍ବା ନାମକ ଯାତ୍ରୀବାହୀ...

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏହି ସବୁ ଦାବି କଲେ ଜମି ହରାଉଥିବା ଲୋକେ, ଏକକାଳୀନ ୫ କୋଟି ଟଙ୍କା ସହ…

ପାଟଣା ,୨୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ଜେଏସଡବ୍ଲୁ ଓ ପସ୍କୋ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବାରଡାଙ୍ଗୁଆ ଗ୍ରାମରେ...

ବନ୍ଧୁକ ଦେଖାଇ ବଡ଼ବିଲ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ଯୋଡ଼ା,୧୯ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ...

ଶୌଚ ପାଇଁ ଯାଇ ନିଖୋଜ ଥିଲେ ମହିଳା, ଜଙ୍ଗଲରେ ଝୁଲନ୍ତା…

ଆନନ୍ଦପୁର,୧୮ା୧:(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ବିରିଡିହା ଗ୍ରାମର ମହିଳା ନଦୀକୁ ଶୌଚ ହେବାପାଇଁ ଯାଇ ନିଖୋଜ ଥିବା ବେଳେ ରବିବାର ତାଙ୍କ ମୃତଦେହ...

ପାଟଣା ରେଞ୍ଜରେ ପକ୍ଷୀ ଗଣନା, ୬ଶହ ପକ୍ଷୀ…

ପାଟଣା,୧୮ା୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେ଼ଇ ଟାଙ୍ଗିରି ସେକ୍ସନରେ ରବିବାର ପକ୍ଷୀ ଗଣନା ଆରମ୍ଭ ହୋଇଛି । ପାଟଣା ବନାଞ୍ଚଳର ଖିରେଇତାନଗିରି...

ବେଆଇନ ଗୋରୁ ମାଫିଆଙ୍କ ଘରେ ବଡ଼ଧରଣର ଚଢାଉ

କେନ୍ଦୁଝର,୧୭।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସମେତ ମୟୂରଭଞ୍ଜ, ଭଦ୍ରକ ଆଦି ଜିଲ୍ଲାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନରେ ସମନ୍ବିତ ଚଢାଉ କରିଛି...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri