କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ଥିବା ଚାଳକ ଅନ୍ୟ ଜଜଙ୍କ ମୃତ୍ୟୁ  ଘଟିଥିବା ଆଶଙ୍କା କରାଯାଉଛି।  ସଂପୃକ୍ତ ଅଞ୍ଚଳବାସୀ ଖବର ଲେଖା ହେବା ସୁଦ୍ଧା ଉକ୍ତ ଦୁଇଜଣଙ୍କୁ ଗାଡିରୁ ବାହାର କରିବା ପାଇଁ ଚେଷ୍ଟା ଚଳାଇଛନ୍ତି ।
ଅପରପକ୍ଷେ ଭଞ୍ଜନଗର ପୋଲିସ ଏବଂ ଦମକଳ ବାହୀନି ମଧ୍ୟ ଘଟଣାସ୍ଥଳକୁ ଯାଉଛି।
ସୂଚନା ଯୋଗ୍ୟ ଯେ, ପଶ୍ଚିମବଙ୍ଗରୁ ଏକ ଟ୍ରକ ଲୁହା ଛଡ଼ ବୋଝେଇ କରି ଭଞ୍ଜନଗର ଅଭିମୁଖେ ଆସୁଥିଲା। ବାଟରେ କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦ ଠାରେ ଗାଡ଼ ଚାଳକ ଭାରସାମ୍ୟ ହରାଇ ଏକ ବଦ୍ୟୁଖୁଣ୍ଟ କୁ ଧକ୍କାଦେଇଥିଲେ। ଫଳରେ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଥିଲା । ପରେ ଗାଡ଼ିଟି ସେଠାରେ ଥିବା ଏକ ସେତୁକୁ ଧକ୍କା ହୋଇଥିଲା ।ଲୁହା ଛଡ଼ ଉକ୍ତ ଦୁଇଜଣଙ୍କ ଶରୀରରେ ପଶିଯାଇଛି। ଏଥିସହ ବିଦ୍ୟୁତ ତାର ଛିଣ୍ଡି ଗାଡ଼ି ଉପରେ ପଡିଛିା। ତେଣୁ ଉକ୍ତ ଦୁଇଜଣଙ୍କୁ ବିଦ୍ୟୁତ୍‌ ଆଘାତ ମଧ୍ୟ ହୋଇଥିବା ଆଶଙ୍କା କରାଯାଉଛି ।ବାରମ୍ବାର ଉକ୍ତ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ଅନେକ ଲୋକ ମୃତାହତ ହେଉଛନ୍ତି। ଯାହାକି ଚିନ୍ତାଜନକ ବିଷୟ। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତାର ନକ୍ସା ବଦଳାଇବା ପାଇଁ ଦାବି ହୋଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri