କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ଥିବା ଚାଳକ ଅନ୍ୟ ଜଜଙ୍କ ମୃତ୍ୟୁ  ଘଟିଥିବା ଆଶଙ୍କା କରାଯାଉଛି।  ସଂପୃକ୍ତ ଅଞ୍ଚଳବାସୀ ଖବର ଲେଖା ହେବା ସୁଦ୍ଧା ଉକ୍ତ ଦୁଇଜଣଙ୍କୁ ଗାଡିରୁ ବାହାର କରିବା ପାଇଁ ଚେଷ୍ଟା ଚଳାଇଛନ୍ତି ।
ଅପରପକ୍ଷେ ଭଞ୍ଜନଗର ପୋଲିସ ଏବଂ ଦମକଳ ବାହୀନି ମଧ୍ୟ ଘଟଣାସ୍ଥଳକୁ ଯାଉଛି।
ସୂଚନା ଯୋଗ୍ୟ ଯେ, ପଶ୍ଚିମବଙ୍ଗରୁ ଏକ ଟ୍ରକ ଲୁହା ଛଡ଼ ବୋଝେଇ କରି ଭଞ୍ଜନଗର ଅଭିମୁଖେ ଆସୁଥିଲା। ବାଟରେ କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦ ଠାରେ ଗାଡ଼ ଚାଳକ ଭାରସାମ୍ୟ ହରାଇ ଏକ ବଦ୍ୟୁଖୁଣ୍ଟ କୁ ଧକ୍କାଦେଇଥିଲେ। ଫଳରେ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଥିଲା । ପରେ ଗାଡ଼ିଟି ସେଠାରେ ଥିବା ଏକ ସେତୁକୁ ଧକ୍କା ହୋଇଥିଲା ।ଲୁହା ଛଡ଼ ଉକ୍ତ ଦୁଇଜଣଙ୍କ ଶରୀରରେ ପଶିଯାଇଛି। ଏଥିସହ ବିଦ୍ୟୁତ ତାର ଛିଣ୍ଡି ଗାଡ଼ି ଉପରେ ପଡିଛିା। ତେଣୁ ଉକ୍ତ ଦୁଇଜଣଙ୍କୁ ବିଦ୍ୟୁତ୍‌ ଆଘାତ ମଧ୍ୟ ହୋଇଥିବା ଆଶଙ୍କା କରାଯାଉଛି ।ବାରମ୍ବାର ଉକ୍ତ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ଅନେକ ଲୋକ ମୃତାହତ ହେଉଛନ୍ତି। ଯାହାକି ଚିନ୍ତାଜନକ ବିଷୟ। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତାର ନକ୍ସା ବଦଳାଇବା ପାଇଁ ଦାବି ହୋଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri