ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି ଜାମଝାରୁ ବାସୁଦେବପୁର ଆଡକୁ ଆସୁଥିବା ବେଳେ ଟ୍ରେଲର୍‌ଟି ଧାମରାରୁ ଜାମଝାଡି ଆଡକୁ ଯାଉଥିଲା।
ସକାଳ ୬ଟା ପାଖାପାଖି ଦୁଇ ଗାଡି ମାତାଜୀ ମଠଠାରେ ପରସ୍ପରକୁ ଅତିକ୍ରମ କରୁଥିବା ବେଳେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁଇ ଡ୍ରାଇବର ଗାଡି ଭିତରେ ଚାପି ହୋଇ ରହି ଯାଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ସହଯୋଗରେ ଉଦ୍ଧର କରି ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନେ ହେଲେ ଢେଙ୍କାନାଳ ଜିଲା କାମାକ୍ଷା ନଗରର ବିମଳ ବେହେରା (୩୪)। ବାସୁଦେପୁର ବ୍ଲକ ଅଧୀନ ବାଲିମେଦ ଗ୍ରାମର ଶରତ ସାହୁ (୩୩)। ଦୁର୍ଘଟଣା ଗ୍ରସ୍ତ ଗାଡିଦୁଇଟିକୁ ବାସୁଦେବପୁର ପୋଲିସ ଜବତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri