ଢେଙ୍କାନାଳ,୮।୮: ଢେଙ୍କାନାଳ ଜିଲାର ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣି ନିକଟରେ ରେଙ୍ଗାଲି ଶାଖା କେନାଲରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବା ଫଳରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।
ଏହି ଘରୋଇ ବସ୍ଟି ପରଜଙ୍ଗ ଅଞ୍ଚଳରୁ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ବସ୍ଟି ରାସ୍ତାରୁ ଖସି କେନାଲରେ ଓଲଟି ପଡ଼ିଥିବା ଜଣାପଡ଼ିଛି।
ଖବର ପାଇବା ମାତ୍ରେ କାମାକ୍ଷାନଗର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତ ଯାତ୍ରୀମାନଙ୍କୁ ତୁରନ୍ତ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି, ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି।