ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି ।
ସୂଚନା ମୁତାବକ କୋଲନରାଠାରୁ ରାୟଗଡା ଅଭିମୁଖେ ଅଜିତ ଜିଲାକାରା ଏବଂ ଜିତୁ ଜିଲାକାରା ଏକ ବାଇକ ନଂ ଓଡି ୧୮ଜି ୭୬୪୯ ଆସୁଥିବା ସମୟରେ ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁର ନାଗାବଳୀ ନଦୀ ବ୍ରିଜରେ ରାୟପୁୁର ଅଭିମୁଖେ ଯାଉଥିବା ଟ୍ରକ ନମ୍ବର ଓଡି ୧୮କେ ୪୬୫୪ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ବାଇକ ଚାଳକ ଅଜିତ ଜିଲାକାରାଙ୍କ ମତ୍ୟୁ ହୋଇଥିବା ବେଳେ ବାଇକ ପଛରେ ବସିଥିବା ଜିତୁ ଜିଲାକାରା ଗୁରୁତର ଭାବେ ଆହତ ହୋଇଛନ୍ତି। ଜିତୁ ଜିଲାକାରାଙ୍କୁ ଜେକେପୁରସ୍ଥିତ ଇଏସଆଇ ହସ୍ପିଟାଲରେ ଭର୍ତ୍ତି କରାଯାଥିଲା । ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ରାୟଗଡା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ମୃତ ଅଜିତ ଜିଲାକାରାଙ୍କ ଘର ରାୟଗଡା ବ୍ଲକ ଆଳୁବାଡି ପଞ୍ଚାୟତ ଅନ୍ତର୍ଗତ ସାନକୋଶପାଡୁ ଗ୍ରାମ ବୋଲି ଜଣାପଡିଛି । ଦୁର୍ଘଟଣା ଖବର ପାଇ ଚାନ୍ଦିଲି ପୋଲିସ ଘଟଣା ସ୍ଥଳରେ ପହଞ୍ଚିି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri