ଟ୍ରମ୍ପ୍‌ ଫେରିଲେ ଭୟଙ୍କର ପରିଣାମ

ଓ୍ବାଶିଂଟନ୍‌,୨୪ା୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନଭେମ୍ବର ୫ ନିର୍ବାଚନରେ ପୁଣି ବିଜୟୀ ହୋଇ ହ୍ବାଇଟ୍‌ ହାଉସ୍‌କୁ ଫେରିଲେ ଦେଶବାସୀଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଉପରାଷ୍ଟ୍ରପତି କମଲା ହାରିସ୍‌ ଚେତାଇ ଦେଇଛନ୍ତି।
ଡେମୋକ୍ରାଟିକ୍‌ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହାରିସ୍‌ ପ୍ରେସିଡେନ୍ସିଆଲ ଆକ୍‌ସେପ୍ଟେନ୍ସ ସ୍ପିଚ୍‌ରେ ନିଜକୁ ଜଣେ ଏଭଳି ନେତ୍ରୀ ଭାବେ ଉପସ୍ଥାପିତ କରିଛନ୍ତି, ଯିଏକି ସମସ୍ତ ଆମେରିକୀୟଙ୍କୁ ସାଙ୍ଗରେ ନେଇ ଏକ ନୂତନ ମାର୍ଗରେ ଦେଶକୁ ଆଗେଇ ନେବେ। କିନ୍ତୁ ତାଙ୍କ ରିପବ୍ଲିକାନ୍‌ ପ୍ରତିଦ୍ୱନ୍ଦ୍ୱୀ ନିର୍ବାଚନ ଜିତିଲେ ଆମେରିକୀୟମାନେ ‘ଅତ୍ୟନ୍ତ ଗମ୍ଭୀର’ ପରିଣାମ ଭୋଗିବେ ବୋଲି ସେ ସତର୍କ କରାଇଛନ୍ତି। ଭାରତୀୟ-ଆଫ୍ରିକୀୟ ବଂଶୋଦ୍ଭବ ହାରିସ୍‌ ଶିକାଗୋରେ ଗୁରୁବାର ରାତିରେ ଆୟୋଜିତ ଡେମୋକ୍ରାଟିକ୍‌ ନ୍ୟାଶନାଲ କନ୍‌ଭେନ୍ସନରେ ଦଳୀୟ ନାମାଙ୍କନ ଗ୍ରହଣ କରିଛନ୍ତି। ପୂର୍ବତନ ଫାଷ୍ଟ ଲେଡି ହିଲାରି କ୍ଲିଣ୍ଟନ୍‌ଙ୍କ ପରେ ହାରିସ୍‌ ହେଉଛନ୍ତି ଡେମୋକ୍ରାଟିକ୍‌ ନାମାଙ୍କନ ଗ୍ରହଣ କରିବାରେ ଦ୍ୱିତୀୟ ମହିଳା। ଏହି ଅବସରରେ ୫୯ ବର୍ଷୀୟା ହାରିସ୍‌ ମଞ୍ଚାସୀନ ହେବାବେଳକୁ ଷ୍ଟାଣ୍ଡିଂ ଓଭେଶନ୍‌ ଜରିଆରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ହାରିସ୍‌ଙ୍କ ୪୦ ମିନିଟର ଭାଷଣ ବେଳେ ସମର୍ଥକମାନେ ବାରମ୍ବାର ସ୍ଲୋଗାନ ଦେଇଥିଲେ, ୟେସ୍‌ ୟୁ କ୍ୟାନ୍‌!


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri