ଇରାନ ବନ୍ଦରରେ ଭୟାବହ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି, ୫୧୬ ଆହତ

ତେହରାନ,୨୬।୪: ଇରାନର ବନ୍ଦର ଆବ୍ବାସ ସହର ବାହାରେ ଥିବା ଶହୀଦ ରାଜାଇ ବନ୍ଦରରେ ଶନିବାର ଭୟାବହ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୧୬ଜଣ ଆହତ ହୋଇଛନ୍ତି।

ମିଶାଇଲ ପ୍ରୋପେଲାଣ୍ଟ ପ୍ରସ୍ତୁତ ପାଇଁ ବ୍ୟବହୃତ ରାସାୟନିକ ଉପାଦାନ ପରିବହନ ସହ ବିସ୍ଫୋରଣର ସମ୍ପୃକ୍ତି ଥିବା କୁହାଯାଉଛି। ଏହି ବନ୍ଦର ଦେଇ ବର୍ଷକୁ ୭୨.୫ ନିୟୁତ ଟନ୍‌ ପଣ୍ୟ କାରବାର ହୋଇଥାଏ। ସେଠାରେ ପେଟ୍ରୋକେମିକାଲ କାରଖାନା ରହିଛି। ବିସ୍ଫୋରଣ ପରେ ସେଠାରୁ କଳା ଧୂମକୁଣ୍ଡଳୀ ବହୁତ ଉଚ୍ଚ ପର୍ଯ୍ୟନ୍ତ ଉଠୁଥିବା ଦେଖିବାକୁ ମିଳିଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ବହୁ କିଲୋମିଟର ଦୂରରେ ଥିବା କୋଠାଗୁଡ଼ିକର କାଚ ଭାଙ୍ଗିଯାଇଛି। ଅନ୍ୟପକ୍ଷରେ ବିସ୍ଫୋରଣରେ କୌଣସି ଶକ୍ତି ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇ ନ ଥିବା ଇରାନର ସରକାରୀ ଟିଭି ପକ୍ଷରୁ କୁହାଯାଇଛି।

ରାଜାଇ ବନ୍ଦରରେ ଥିବା କଣ୍ଟେନରଗୁଡ଼ିକରୁ ବିସ୍ଫୋରଣ ଘଟିଥିବା ସେଠାର ପ୍ରାଦେଶିକ ବିପର୍ଯ୍ୟୟ ପରିଚାଳନା ଅଧିକାରୀ ମେହର୍ଦାଦ ହାସନଜାଦେ କହିଛନ୍ତି। ବିସ୍ଫୋରଣ ଯୋଗୁ ଏକ ବିଲ୍ଡିଂ ଭୁଶୁଡ଼ି ପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri