ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା ଘର

ସାକ୍ଷୀଗୋପାଳ,୧।୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଘାସିଭବାନୀପୁର ଗ୍ରାମରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୯ଟି ପରିବାରର ୧୨ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।

ମିଳିଥିବା ସୂଚନା ମୁତାବକ, ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଭଗବାନ ପ୍ରଧାନ, ଇଶର ଜେନା, ଓକିଲ ଜେନା ଓ ମକରା ଜେନାଙ୍କ ଘରେ କୌଣସି କାରଣକୁ ନେଇ ନିଆଁ ଲାଗିଯାଇଥିଲା। ଫଳରେ ୯ଟି ପରିବାରର ୧୨ ବଖରା ଛପର ଘର ସମ୍ପୂର୍ଣ୍ଣ ଜଳି ଯାଇଛି। ଖବରପାଇ ସାକ୍ଷୀଗୋପାଳ ଅଗ୍ନିଶମ କେନ୍ଦ୍ର ଅଧିକାରୀ ପ୍ରଦିପ୍ତ ମହାପାତ୍ର ଦୁଇଟି ଦମକଳ ଗାଡ଼ି ଏବଂ ଅଶ୍ନିଶମ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅନ୍ୟପକ୍ଷେ କ୍ଷତିଗ୍ରସ୍ତ ପରିବାର ଲୋକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?