ଭୟାବହ ଅଗ୍ନିକାଣ୍ଡ: ୧୪ ପରିବାର ସର୍ବସ୍ବାନ୍ତ

ଢେଙ୍କାନାଳ ଅଫିସ/ପରଜଙ୍ଗ (ଡି.ଏନ୍‌.ଏ.), ୨୦।୪: ଢେଙ୍କାନାଳ ଜିଲାର ପୃଥକ୍‌ ସ୍ଥାନରେ ବୁଧବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୭ ବଖରା ପୋଡ଼ି ଛାରଖାର ହୋଇଯାଇଥିବାବେଳେ ୧୪ ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି।
ନିଅଁାର କରାଳ ରୂପ ଦେଖିବାକୁ ମିଳିଛି ସଦର ଥାନା ଭାପୁର ଫାଣ୍ଡି ଅନ୍ତର୍ଗତ ଗୋବିନ୍ଦପ୍ରସାଦ ଗ୍ରାମରେ। ଏଠାରେ ସନ୍ଧ୍ୟା ପ୍ରାୟ ୬ଟା ୨୦ରେ ହଠାତ୍‌ ଅଗ୍ନିକାଣ୍ଡ ଘଟି ଚାରିଆଡ଼କୁ ନିଅଁା ବ୍ୟାପୀ ଯାଇଥିଲା। ଫଳରେ ୧୩ ପରିବାର ୧୫ ବଖରା ଜଳିଯାଇଛି। ଶର୍ଟସର୍କିଟ୍‌ରୁ ନିଅଁା ଲାଗିଥିବା ସନ୍ଦେହ କରାଯାଉଛି। ଢେଙ୍କାନାଳ ଓ ରାସୋଳରୁ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଅଁାକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଗୋପାଳ ସେଠୀ, ବୁଧିଆ ସେଠୀ, ଲକ୍ଷ୍ମୀ ସେଠୀ, ପ୍ରଫୁଲ୍ଲ ସେଠୀ, ବିଜୟ ସେଠୀ, ପାଣ୍ଡବ ସେଠୀ, ରଞ୍ଜୁ ସେଠୀ, ପଙ୍କଜ ସେଠୀ, ଅଖିଳ ସେଠୀ, ଶ୍ରୀଧର ସେଠୀ, ରାଜନ ବେହରା, ସବିତା ସେଠୀ ସର୍ବସ୍ବ ହରାଇଥିବା ଅଭିଯାଗ ହୋଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ଏଭଳି ବିପତ୍ତି ବିପନ୍ନଙ୍କ ଦୁଃଖ ବଢାଇ ଦେଇଛି। ତୁରନ୍ତ କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ସେହିପରି ପରଜଙ୍ଗ ବ୍ଲକ ଅଁଳାକଟା ଦଳିତ ସାହିରେ ବୁଧବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ଈଶ୍ୱର ନାଏକଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ପରଜଙ୍ଗ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ଘରେ ଥିବା ସମସ୍ତ ଆସବାବପତ୍ର, ଖାଦ୍ୟଶସ୍ୟ ଜଳିପୋଡ଼ି ପାଉଁଶ ହୋଇଯାଇଥିଲା। କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାହିବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri