ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୮ ବଖରା

ଆଠମଲ୍ଲିକ,୧୦ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଏଡା ପଞ୍ଚାୟତ ଓଳଥ ଗ୍ରାମରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶର୍ଟସର୍କିଟ ଯୋଗୁ ୧୩ ପରିବାରର ୧୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଆଠମଲ୍ଲିକ ଅଗ୍ନିଶମ କେନ୍ଦ୍ରର ୨ଟି ଗାଡ଼ି ସହ ଅଧିକାରୀ ଅରୁଣ ନାୟକ ଓ ୮ ଜଣ କର୍ମଚାରୀ ଏବଂ ଚାରିଛକ ଅଗ୍ନିଶମ ବାହିନୀର ଗୋଟିଏ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ୧୩ ପରିବାରର ସମସ୍ତ ଆସବାବପତ୍ର, ଧାନ, ଚାଉଳ, ଟଙ୍କା ଆଦି ପୋଡ଼ି ପାଉଁଶ ହୋଇଯାଇଥିଲା। ଏହି ଅଗ୍ନିକାଣ୍ଡରେ ଗ୍ରାମର ରବୀନ୍ଦ୍ର ମାହାର, ଦିବାକର ମାହାର, ପ୍ରମୋଦ ବାଘ, ଶଙ୍କର ବାଘ, ମୁରଲୀ ବାଘ, ପ୍ରଦୀପ ବାଘ, କୃଷ୍ଣଚନ୍ଦ୍ର ମହାକୁଡ଼, ଅଭିମନ୍ୟୁ ମହାକୁଡ଼, କୃପାସିନ୍ଧୁ ମହାକୁଡ଼, ମିଥିଳା ପ୍ରଧାନ, ରବୀନ୍ଦ୍ର ମହାକୁଡ଼, ନୀଳାମ୍ବର ମାହାର, ମଲ୍କି ବାଘ ସର୍ବସ୍ବାନ୍ତ ହୋଇଯାଇଛନ୍ତି। ଖବରପାଇ ଆଠମଲ୍ଲିକ ଉପଜିଲାପାଳ ତରଣୀ ସୁନା, ତହସିଲଦାର ଯଶୋବନ୍ତ ଦେହୁରୀ, ସହକାରୀ ଜିଲାପାଳ ସୁଜିତ କୁମାର ଭୋଇ, ଅଏଡା ରାଜସ୍ବ ନିରୀକ୍ଷକ ଅମରନାଥ ଦେହୁରୀ ପ୍ରମୁଖ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ କ୍ଷୟକ୍ଷତି ଆକଳନ କରିଥିଲେ। ପ୍ରଶାସନ ପକ୍ଷରୁ କ୍ଷତିଗ୍ରସ୍ତ ପରିବାରକୁ ପଲିଥିନ ପ୍ରଦାନ କରାଯାଇଥିଲା। ଏଥିରେ ଆନୁମାନିକ ୧୪ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଅଏଡା ସରପଞ୍ଚ ସୁବାସିନୀ ସେଠୀ ପହଞ୍ଚି ରନ୍ଧା ଖାଦ୍ୟ ବ୍ୟବସ୍ଥା କରିବା ସହିତ ବିପନ୍ନଙ୍କୁ ଆବାସ ଯୋଜନା ଯୋଗାଇ ଦେବାକୁ ଦାବି କରିଥିଲେ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ତୁରନ୍ତ ପ୍ରଶାସନ ପକ୍ଷରୁ ବିପନ୍ନଙ୍କ ଥଇଥାନ ବ୍ୟବସ୍ଥା ଓ ୨୦ ଦିନ ପାଇଁ ରନ୍ଧା ଖାଦ୍ୟ, ଶୁଖିଲା ଖାଦ୍ୟ ଓ ପିଇବା ପାଣି ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri