ଭୟଙ୍କର ଅଗ୍ନିକାଣ୍ଡ: ୧୪ ପରିବାରର ୪୨ ବଖରା ଘର ପୋଡ଼ି ପାଉଁଶ

ସୋରଡା,୧୦।୧: ଗଞ୍ଜାମ ଜିଲା ସୋରଡା ବ୍ଲକ ଆସିକା ଜାତୀୟ ରାଜପଥ ୫୯ ରାସ୍ତା ପାର୍ଶ୍ୱ ସୁରମଣି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଗ୍ରାମର ୧୪ ପରିବାରର ୪୨ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ରାସ୍ତାରେ ଦାରିଙ୍ଗବାଡି ଯାଉଥିବା ପର୍ଯ୍ୟଟକମାନେ ପାଟିକରି ଲୋକଙ୍କ ଘର କବାଟ ବାଡେଇ ଉଠାଇଥିଲେ। ଫଳରେ ଲୋକେ ବାହାରକୁ ଚାଲିଆସିଥିଲେ। ବର୍ତ୍ତମାନ ସୁଦ୍ଧା କେହି ମୃତାହତ ହୋଇ ନ ଥିବା ଜଣାପଡିଛି।

ଖବର ପାଇ ଆଇଆଇସି ରମେଶ କୁମାର ପ୍ରଧାନଙ୍କ ସମେତ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା ଆରମ୍ଭ କରିଥିଲେ । ନିଆଁ ଏତେ ମାତ୍ରାରେ ବ୍ୟାପି ଯାଇଥିଲା ଯେ, ରାତି ୧୨ଟାରୁ ମଙ୍ଗଳବାର ସକାଳ ୯ ଘଣ୍ଟା ପର୍ଯ୍ୟନ୍ତ ଦମକଳ ବାହିନୀ ନିଆଁ ଲିଭାରେ ଲାଗିଛନ୍ତି । ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ରାଜସ୍ବ ନିରୀକ୍ଷକଙ୍କ ସହ ପହଞ୍ଚି କ୍ଷୟକ୍ଷତି ଆକଳନ ଆରମ୍ଭ କରିଛନ୍ତି । ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ ପହଞ୍ଚି ଲୋକଙ୍କୁ ଆଶ୍ୱାସନା ଦେବା ସହ ସମସ୍ତ ସୁବିଧା ଯୋଗାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ଅନ୍ୟପକ୍ଷେ ଅଗ୍ନିକାଣ୍ଡରେ ଲୋକଙ୍କ ଗଚ୍ଛିତ ଧାନ ଚାଉଳ, ଲୁଗାପଟା, ଆସବାବପତ୍ର ପୋଡିଯାଇଥିବା ବେଳେ ଅତ୍ୟନ୍ତ ଦୟନୀୟ ପରିବେଶ ସୃଷ୍ଟି ହୋଇଛି। ପୀଡିତମାନେ ହେଲେ ଦମୟନ୍ତୀ, ଦୟାନିଧି, ପରୀ, ଚିନ୍ତାମଣି, ବସୁଦେବ, ଗନ୍ତେଇ, ଧୋବା, କାଳିଆ, ସୁରେନ୍ଦ୍ର, କନ୍ଧ, ସଞ୍ଜୟ, ଭାଗ୍ୟ, ରଚନା, ପ୍ରତିମା। ସମସ୍ତ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ତୁରନ୍ତ ଆର୍ଥିକ ସହାୟତା, ପାଲ, ଶୁଖିଲା ଖାଦ୍ୟ, ରନ୍ଧା ଖାଦ୍ୟ ସହ ଯଥାଶୀଘ୍ର ଗୃହ ଯୋଗାଇବାକୁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?