ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି ଛାତ୍ର କୋଠାରୁ ଡେଇଁ ବଡ଼ିଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡ ଯୋଗୁ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ସତର୍କ ସୂଚନା ପାଇବା ମାତ୍ରେ ଅନେକ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବାକୁ ପ୍ରୟାସ ଜାରି ରହିଛନ୍ତି।
Dharitri – Odisha’s No.1 Odia Daily

