ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ

ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍‌ଟିପିସି କନ୍‌ଭର ଲାଇନ୍‌ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡ଼ି ନାହିଁ।