ପେପର୍‌ କାର୍ଟୁନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଭାକୁରଗୁଡାଠାରେ ଥିବା ପେପର୍‌ କାର୍ଟୁନ କାରଖାନାରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ଘଟିଛି। ଖବରପାଇ ରାୟଗଡ଼ା ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ପରେ ନିଆଁ ଲିଭା କାମ ସରିଥିଲା। ଏଥିରେ କାରଖାନା ଶ୍ରମିକ ଓ ସ୍ଥାନୀୟ ଲୋକେ ମଧ୍ୟ ସହାୟତା କରିଥିଲେ। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ଅଗ୍ନିକାଣ୍ଡରେ କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ଜଣାପଡିଛି। ପେପର୍‌ କାର୍ଟୁନ ସମେତ କଞ୍ଚାମାଲ ଓ କେମିକାଲ ପୋଡ଼ି ପାଉଁଶ ହୋଇଯାଇଛି। ଚାନ୍ଦିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

ମିଳିଥିବା ସୂଚନା ମୁତାବକ, ଭାକୁରଗୁଡାସ୍ଥିତ ସତ୍ୟମ ପେପର୍‌ ଓ ମୁଭର୍‌ କାରଖାନାରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ହଠାତ୍‌ ଏକ କେମିକାଲ ଗୋଦାମରୁ ନିଆଁ ଲାଗି ପୂରା କାରଖାନାକୁ ବ୍ୟାପି ଯାଇଥିଲା ବୋଲି କାରଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅପରପକ୍ଷରେ ଏତେବଡ଼ କାରଖାନାରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଠିକ ନ ଥିବା ମଧ୍ୟ ଅଭିଯୋଗ ହୋଇଛି। ଏଭଳିକି ନିଆଁ ଲିଭାଇବାକୁ କର୍ମଚାରୀ ମଧ୍ୟ କାରଖାନାରେ ନିଯୁକ୍ତି ପାଇନାହାନ୍ତି। ନିଆଁ ଲାଗିବାର ପ୍ରକୃତ କାରଣ ତଦନ୍ତ ଚାଲିଥିବା ସହକାରୀ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri