ଆଳିସ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୨୦ ବଖରା ଘର, ୩ ବାଇକ୍‌

ସାକ୍ଷୀଗୋପାଳ,୨୭।୮(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଧୀନ ଆଳିସ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୨ଟି ପରିବାରର ୨୦ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।

ନିଆଁ ଲିଭାଇବା ବେଳେ ଗୁଣନିଧି ବିଶ୍ୱାଳ ଆହତ ହୋଇଛନ୍ତି। ଏପରିକି ଅଗ୍ନିକାଣ୍ଡରେ ୩ଟି ବାଇକ୍‌, ଧାନ, ଚାଉଳ, ସହିତ ଆସବାବପତ୍ର ପୋଡ଼ି ଭଷ୍ମ ହୋଇଯାଇଛି। ଏଥିରେ ୪ଟି ଗୋରୁ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ପରିଶ୍ରା କରିବାକୁ ଉଠିଥିବା ଜଣେ ମହିଳା ଘରେ ନିଆଁ ଲାଗିଥିବା ଦେଖି ହୋହାଲ୍ଲା କରିଥିଲେ। ଗ୍ରାମବାସୀ ଉଠିବା ବେଳକୁ ଅର୍ଦ୍ଧାଧିକ ଘରେ ନିଆଁ ଲାଗି ଜଳୁଥିଲା। ଫଳରେ ଘରରୁ ଜିନିଷ ବାହାର କରିବା ସମ୍ଭବ ହୋଇ ନ ଥିଲା। ଖବରପାଇ ସତ୍ୟବାଦୀ ଅଗ୍ନିଶମ ଅଧିକାରୀ ମନୋଜ ପାତ୍ର ଦୁଇଟି ଦମକଳ ବାହିନୀ ସହ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଅଗ୍ନିକାଣ୍ଡରେ ଏକାଧିକ ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି ବୋଲି ଜିଲା ପରିଷଦ ସଭ୍ୟ ନାରାୟଣ ପ୍ରଧାନ, ଆଳିସ ସରପଞ୍ଚ ସୁରଥ ଚନ୍ଦ୍ର ସେଠୀ, ସମିତି ସଭ୍ୟ କପିଳ ସ୍ବାଇଁ ପ୍ରମୁଖ କହିଛନ୍ତି। ସେମାନଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଦାବି କରାଯାଇଛି।

ଅଗ୍ନିକାଣ୍ଡରେ ଗୁଣନିଧି ବିଶ୍ୱାଶାଳ, ଚନ୍ଦ୍ରମଣି ସାହୁ, କଂଗ୍ରେସ ବିଶ୍ୱାଳ, ମହେନ୍ଦ୍ର ବେହେରା, ବୁଲି ବେହେରା, ଅଲି ବେହେରା, ପଠାଣି େହେରା, ସତ୍ୟଭାମା ବିଶ୍ବାଳ, ଅମିନ ବେହେରା, ପ୍ରସନ୍ନ ସାହୁ ଓ ଚନ୍ଦ୍ରମଣି ସାହୁଙ୍କ ଘର ପୋଡ଼ି ଯାଇଛି। ସେହିପରି ପୁର୍ବତନ ସରପଞ୍ଚ ଶ୍ରୀଧର ବିଶ୍ୱାଳ କ୍ଷତିଗ୍ରସ୍ତ ପରିବାରଙ୍କୁ ଆବାସ ଯୋଜନାରେ ପକ୍କାଘର, ରାଶନ ସାମଗ୍ରୀ ଓ ଲୁଗାପଟା ଆଦି ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri