ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶଟ୍ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
ଏହି ଅଗ୍ନିକାଣ୍ଡରେ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦୋକାନ ମାଲିକ ମାନସ ଦଳପତି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କୋଲନାରା ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ।
ଅଗ୍ନିଶମ ବିଭାଗର କର୍ମଚାରୀମାନେ ତୁରନ୍ତ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ସେତେବେଳକୁ ସବୁକିଛି ସାମଗ୍ରୀ ପୋଡ଼ିଯାଇଥିଲା। ଏହି ବଡ଼ କ୍ଷତି ଯୋଗୁ ଦୋକାନ ମାଲିକ ମାନସ ଦଳପତି ଦୁଃଖରେ ଭାଙ୍ଗିପଡ଼ିବା ସହ ପ୍ରଶାସନ ପାଖରେ ସାହାଯ୍ୟ ପାଇଁ ଗୁହାରି କରିଛନ୍ତି।