ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ ସଙ୍କେତ ୧୬ ଫୁଟ ଥିବା ବେଳେ ବର୍ତ୍ତମାନ ୨୦ ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ନଦୀକୂଳିଆ ଗ୍ରାମଗୁଡ଼ିକରେ ବନ୍ୟା ଆଶଙ୍କା ଘନେଇବାରେ ଲାଗିଛି।

ଅଳଭା ଗ୍ରାମ ନିକଟସ୍ଥ ନଦୀ ଘେରିବନ୍ଧରେ ଘଳିଆ ସୃଷ୍ଟି ହୋଇଛି। ଏହାକୁ ନେଇ ଗ୍ରାମବାସୀଙ୍କ ନିଦ ହଜିଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜଳସମ୍ପଦ ବିଭାଗର ଆଗୁଆ ପଦକ୍ଷେପ ଅଭାବ ଓ ଅଣଦେଖା ଯୋଗୁ  ସୋମବାର ଏଭଳି ସଙ୍କଟଜନକ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଦୁର୍ବଳ ଘେରିବନ୍ଧ ଉପରେ କିଛି ଲୋକ ନିୟମ ବିରୋଧରେ ଭାରୀଯାନ ଚଳାଚଳ କରାଉଥିବାରୁ ବନ୍ଧ ଆହୁରି ଧସିଯିବାର ଆଶଙ୍କା ଦେଖାଦେଇଛି। ଏହାକୁ ନେଇ ଗ୍ରାମବାସୀମାନେ ଭାରୀଯାନ ଚଳାଚଳକୁ ଦୃଢ଼ ବିରୋଧ କରିଛନ୍ତି। ବନ୍ଧର ସୁରକ୍ଷା ପାଇଁ ତୁରନ୍ତ ଭାରୀଯାନ ଚଳାଚଳ ବନ୍ଦ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

ଖବର ପାଇ ସ୍ଥାନୀୟ ପ୍ରଶାସନ ଓ ଜଳସମ୍ପଦ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବାଲିବସ୍ତା ପକାଇବାକୁ ଉଦ୍ୟମ ଜାରି ରଖିଛନ୍ତି। ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ନଜର ରଖାଯାଇଥିବା ବେଳେ ଘେରିବନ୍ଧର ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri