ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର ଆମପାଣି ଘାଟି ବିରିମୁହାଣ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଟ୍ରଲର ଏବଂ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ମଧ୍ୟରେ ସାମ୍ନାସାମ୍ନି ଜୋରଦାର ଧକ୍କା ହୋଇଛି । ଧକ୍କା ଏତେ ଜବରଦସ୍ତ ଥିଲାଯେ ଦୁର୍ଘଟଣା ପରେ ପରେ ଉଭୟ ଗାଡ଼ିରେ ନିଆଁ ଲାଗିଯାଇଥିଲା।

ମଝି ରାସ୍ତାରେ ଦୁଇଟି ଯାକ ଗାଡ଼ି ହୁତୁ ହୁତୁ ହୋଇ ଜଳି ଯାଇଥିଲା। ଏହି କାଳରୂପୀ ଦୁର୍ଘଟଣାରେ ବ୍ୟାପକ କ୍ଷୟକ୍ଷତି ଘଟିଥିଲେ ହେଁ ଏକ ବଡ଼ ଆଶ୍ୱାସନାର କଥା ହେଉଛି ଯେ, ଗାଡ଼ିର ଚାଳକ ଓ ସହଯୋଗୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏବଂ ସମସ୍ତେ ସୁରକ୍ଷିତ ଅଛନ୍ତି । ତେବେ ପିକଅପ୍ ଭ୍ୟାନରେ ଥିବା କୁକୁଡ଼ାଙ୍କ ମଧ୍ୟରୁ କିଛି ମାତ୍ରାରେ କୁକୁଡ଼ା ନିଆଁରେ ପୋଡ଼ି ମରି ଯାଇଥିବା ଜଣାପଡ଼ିଛି । ଘଟଣା ସମ୍ପର୍କରେ ଖବର ପାଇ ଆମପାଣି ଥାନା ପୋଲିସ ଏବଂ କୋକସରା ଅଗ୍ନିଶମ ବିଭାଗର କର୍ମଚାରୀମାନେ ତୁରନ୍ତ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ ।

ଅଗ୍ନିଶମ ବାହିନୀର କଠିନ ପରିଶ୍ରମ ଓ ତତ୍ପରତା ଯୋଗୁଁ ରାସ୍ତା ଉପରେ ଜଳୁଥିବା ଗାଡ଼ିଗୁଡ଼ିକର ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରାଯାଇଥିଲା। ତେବେ ଦୁର୍ଘଟଣାଟି କେଉଁ ପରିସ୍ଥିତିରେ ଏବଂ କେଉଁ କାରଣରୁ ଘଟିଲା, ସେ ନେଇ ଆମପାଣି ଥାନା ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri