କାନ୍ଥରୁ ଶୁଭୁଛି ଭୟଙ୍କର ଶବ୍ଦ: ପୋଲିସ ଟିମ୍‌ ବି ଅସଫଳ

ଲକ୍ଷ୍ନୌ,୯।୨: ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଅଲୀଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ଘର କାନ୍ଥରୁ ଭୟଙ୍କର ଶବ୍ଦ ଶୁଭୁଛି। ଏନେଇ ଘର ଲୋକେ ଭୟଭୀତ ହୋଇ ପୋଲିସର ସହାୟତା ଲୋଡ଼ିଛନ୍ତି। ତେବେ ପୋଲିସ ଟିମ୍‌ ମଧ୍ୟ ଏହାର ସମାଧାନ କରି ପାରିନାହିଁ। ଗତ ୨ ସପ୍ତାହ ଧରି ଆରତିଙ୍କ ଘରେ ଏଭଳି ରହସ୍ୟମୟ ଘଟଣା ଘଟିବାରେ ଲାଗିଛି। ଘରେ ଆରତିଙ୍କ ସ୍ବାମୀ, ପୁଅ ଏବଂ ମା’ ବାସ କରନ୍ତି। ସେମାନେ ଏଠାରେ ୨୭ ବର୍ଷ ଧରି ରହି ଆସୁଛନ୍ତି। ତେବେ ପୂର୍ବରୁ ଏଭଳି ଘଟଣା କେବେ ଘଟି ନ ଥିଲା। ଶବ୍ଦ ମା’ଙ୍କର କୋଠରୀରୁ ଆସୁଛି। ଏହା ଘର ସାରା ଶୁଣାଯାଉଛି। ଏହା ମେସିନ ଗନ୍‌ ଶବ୍ଦ। ପୂର୍ବରୁ ଏହାକୁ ପରିବାର ସଦସ୍ୟ ଅଣଦେଖା କରିଥିଲେ। ହୁଏତ ପାଖପଡ଼ୋଶୀଙ୍କ ଘରେ କିଛି ନିର୍ମାଣ କାର୍ଯ୍ୟ ଜାରି ରହିଥିବବୋଲି ସେମାନେ ଅନୁମାନ କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ରାତି ଦିନ ଯେକୌଣସି ସମୟରେ ଏଭଳି ଶବ୍ଦ ଲଗାତାର ଶୁଣାଯିବାରୁ ଏସମ୍ପର୍କରେ ପୋଲିସଙ୍କୁ ସୂଚନା ଦିଆଯାଇଥିବା ଆରତି କହିଛନ୍ତି। ଭୟରେ ଗତ ୧୨ ଦିନ ଧରି ସେମାନେ ଶୋଇ ପାରୁ ନାହାନ୍ତି। ଆରତିଙ୍କ ଘରେ ଜଣେ ମହିଳା କନଷ୍ଟେବଳଙ୍କୁ ମୁତୟନ କରାଯାଇଥିବା ଯୁଗ୍ମ ପୋଲିସ କମିଶନର ନୀଳାଜ୍ୱା ଚୌଧୁରୀ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri