ପାକିସ୍ତାନରେ ଭୟଙ୍କର ଟ୍ରେନ ଦୁର୍ଘଟଣା, ୨୦ଆହତ

ଶେଖପୁରା,୨୪।୯: ପାକିସ୍ତାନର ଶେଖପୁରା ଜିଲାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ହୋଇଛି। ଶେଖପୁରାର କିଲା ସତ୍ତାର ଶାହା ନିକଟରେ ଦୁଇଟି ଟ୍ରେନ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହି ଟ୍ରେନ ଦୁର୍ଘଟଣାରେ ୨୦ ଜଣ ଆହତ ହେବା ସହ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ମୁଖ୍ୟ ରେଳ ଲାଇନରେ ଛିଡା ହୋଇଥିବା ଏକ ମାଲବାହୀ ଟ୍ରେନ ସହିତ ମିଆନୱାଲି ଯାଉଥିବା ଯାତ୍ରୀବାହୀ ଟ୍ରେନ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାରେ ଆହତଙ୍କ ମଧ୍ୟରେ ମହିଳା ଏବଂ ଶିଶୁ ମଧ୍ୟ ସମ୍ପୃକ୍ତ ଥିବା ପୋଲିସ ସୂଚନା ଦେଇଛି। ସୂଚନା ଅନୁଯାୟୀ, ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ଓ ଦୁର୍ଘଟଣାର ତଦନ୍ତ ଆରମ୍ଭ ହୋଇଛି।

ରେଳ ମୁଖପାତ୍ର ସୂଚନା ଦେଇଛନ୍ତି ଯେ ଟ୍ରେନ ଡ୍ରାଇଭର ଇମ୍ରାନ ସରବର ଏବଂ ତାଙ୍କ ସହକାରୀ ମହମ୍ମଦ ବିଲାଲଙ୍କ ସମେତ ଚାରିଜଣ ରେଳ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ଏଥି ସହିତ ଉପ ମୁଖ୍ୟ ଅଧିକାରୀଙ୍କ ନେତୃତ୍ୱରେ ଏକ ତଦନ୍ତ କମିଶନ ଗଠନ କରାଯାଇଛି ଯାହାକି ୨୪ ଘଣ୍ଟା ମଧ୍ୟରେ ଦୁର୍ଘଟଣାର ରିପୋର୍ଟ ଦାଖଲ କରିବ।

ଏହି ଟ୍ରେନ ଦୁର୍ଘଟଣାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନର ମୁସଲିମ ଲିଗ ନୱାଜ (ପିଏମଏଲ-ଏନ) ଶେହବାଜ ସରିଫ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଏହି ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?