ଡରାଇଲା ଭବିଷ୍ୟବାଣୀ, ଜୁଲାଇରେ ଆସିବ ଭୟଙ୍କର ସୁନାମୀ, ୩୦ଫୁଟ ଉଚ୍ଚତାରେ ଊଠିବ ଜୁଆର!

ଟୋକିଓ,୧୬।୫: ଜାପାନର ଜଣାଶୁଣା ଭବିଷ୍ୟବକ୍ତା ତଥା ପୂର୍ବତନ ମାଙ୍ଗା କଳାକାର ରୟୋ ତାତ୍ସୁକି, ଯିଏକି ‘ଜାପାନର ବାବା ଭେଙ୍ଗା’ ନାମରେ ପରିଚିତ, ଏକ ଭୟଙ୍କର ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ୨୦୨୫ ଜୁଲାଇରେ ଜାପାନ ସମେତ ଏସିଆର ବିଭିନ୍ନ ଅଞ୍ଚଳରେ ଏକ ବିପଜ୍ଜନକ ସୁନାମୀ ଆସିବାକୁ ଯାଉଛି। ଏହି ସୁନାମୀ ୨୦୧୧ ଟୋହୋକୁ ସୁନାମୀଠାରୁ ତିନି ଗୁଣ ବ ହୋଇପାରେ ବୋଲି ସେ ଚେତାବନୀ ଦେଇଛନ୍ତି।

ରୟୋ ତାତ୍ସୁକିଙ୍କର ପୂର୍ବ ଭବିଷ୍ୟବାଣୀ ମଧ୍ୟରେ ୧୯୯୧ରେ ଗାୟକ ଫ୍ରେଡି ମର୍କ୍ୟୁରୀଙ୍କ ମୃତ୍ୟୁ, ୧୯୯୫ରେ କୋବେ ଭୂମିକମ୍ପ ଓ ୨୦୧୧ରେ ଟୋହୋକୁ ଭୂମିକମ୍ପ ତଥା ସୁନାମୀ ଅନ୍ତର୍ଭୁକ୍ତ, ଯାହା ଫୁକୁଶିମା ପରମାଣୁ ସଙ୍କଟର କାରଣ ହୋଇଥିଲା। ଏହି ଭବିଷ୍ୟବାଣୀଗୁଡିକ ସଠିକ ହୋଇଥିବାରୁ ତାଙ୍କ ନାମ ବିଶ୍ୱବ୍ୟାପୀ ଚର୍ଚ୍ଚାରେ ରହିଛି।

ତାତ୍ସୁକିଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି ସୁନାମୀର କେନ୍ଦ୍ରବିନ୍ଦୁ ଜାପାନ, ତାଇୱାନ, ଇଣ୍ଡୋନେସିଆ ଓ ଉତ୍ତର ମାରିଆନା ଦ୍ୱୀପପୁଞ୍ଜକୁ ହେବ। ଏହି ସୁନାମୀ ଜାପାନ, ଫିଲିପାଇନ୍ସ, ତାଇୱାନ ଓ ଇଣ୍ଡୋନେସିଆର ଉପକୂଳବର୍ତ୍ତୀ ଅଞ୍ଚଳକୁ ପ୍ରଭାବିତ କରିପାରେ ବୋଲି ସେ ଆଶଙ୍କା କରିଛନ୍ତି।

ବୈଜ୍ଞାନିକମାନେ ୨୦୨୫ରେ ଏପରି ଏକ ସୁନାମୀର ସମ୍ଭାବନାକୁ ଅସୱୀକାର କରିଛନ୍ତି, କାରଣ ଏପରି କୌଣସି ଭୂତାତ୍ତ୍ୱିକ ପ୍ରମାଣ ବର୍ତ୍ତମାନ ମିଳିନାହିଁ। ତେବେ ସେମାନେ ମାନିଛନ୍ତି ଯେ ଜାପାନ ପ୍ରଶାନ୍ତ ମହାସାଗରୀୟ ରିଙ୍ଗ ଅଫ ଫାୟାରରେ ଅବସ୍ଥିତ, ଯେଉଁଠାରେ ଭୂମିକମ୍ପ ଓ ସୁନାମୀ ସାଧାରଣ। ବିଶେଷକରି ନାଙ୍କାଇ ଟ୍ରଫ, ଯେଉଁଠାରେ ଏକ ବ ଭୂମିକମ୍ପ ୩୦ଫୁଟରୁ ଅଧିକ ଉଚ୍ଚତାର ପାଣି ମାଡି ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri