ପୁଣି ଆତଙ୍କ: ଲଗାତାର ୩ ଦିନ ଧରି ଚାଇନାରେ ଦୈନିକ ସଂକ୍ରମଣ ୩୦ ହଜାର ଉପରେ…

ବେଜିଂ,୨୬।୧୧ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। କରୋନା ଆକ୍ରାନ୍ତଙ୍କ ଦୈନିକ ସଂଖ୍ୟା ୩୫,୯୦୯ ଛୁଇଁଛି। ବେଜିଂରେ କରୋନାଙ୍କ ନୂଆ ମାମଲାରେ ବୃଦ୍ଧି ଘଟିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ୨୫ ନଭେମ୍ବରରେ ଏହା ୩୨,୯୪୩ ଥିଲା। ବେଜିଂର ଅଧିକାରୀମାନେ ପାର୍କ, ଅଫିସ କୋଠା ଏବଂ ଶପିଂ ମଲ ବନ୍ଦ କରିଛନ୍ତି। ସହରର ସବୁଠାରୁ ଜନବହୁଳ ଚାଓୟାଙ୍ଗ ଜିଲାରେ ସମ୍ପୂର୍ଣ୍ଣ ଲକଡାଉନ ରଖାଯାଇଛି।

ଯଦି ଆବଶ୍ୟକ ନହୁଏ ତେବେ ବାସିନ୍ଦା ଘରୁ ବାହାରକୁ ନଯିବାକୁ ଅନୁରୋଧ କରିଛନ୍ତି। ରାଜଧାନୀ ବେଜିଂରେ ସବୁଠାରୁ ଅଧିକ ପ୍ରଭାବିତ ଅଞ୍ଚଳରେ ପରିଣତ ହୋଇଥିବା ଚାଓୟାଙ୍ଗ ଜିଲାର ପ୍ରାୟ ୩୫ ଲକ୍ଷ ଲୋକଙ୍କୁ ଏହି ମହାମାରୀଠାରୁ ଦୂରେଇ ରହିବାକୁ ସ୍ବାସ୍ଥ୍ୟ ଅଧିକାରୀମାନେ ଅନୁରୋଧ କରିଛନ୍ତି। ତେଣୁ ସେମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ବେଜିଂରେ କରୋନାରୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ପାଞ୍ଚକୁ ବୃଦ୍ଧି ପାଇଛି।

ଜାତୀୟ ରୋଗ ନିୟନ୍ତ୍ରଣ ଏବଂ ନିରାକରଣ ପ୍ରଶାସନର ହୁ ଜିଆଙ୍ଗ ଦେଶର ଗଣମାଧ୍ୟମରେ କହିଛନ୍ତି ଯେ ଚାଇନାରେ ସ୍ଥାନୀୟ ମହାମାରୀ ପରିସ୍ଥିତି ଗୁରୁତର ହେବାରେ ଲାଗିଛି। ସେ କହିଛନ୍ତି ଯେ ସମଗ୍ର ଚାଇନାରେ ନୂତନ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri