Posted inଜାତୀୟ

ନୂଆ ବର୍ଷରେ ଏହି ସୀମାନ୍ତ ରାଜ୍ୟଗୁଡ଼ିରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଆଲର୍ଟ ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦିନକ ପରେ ପୁରୁଣା ବର୍ଷକୁ ବିଦାୟୀ ଦିଆଯାଇ ନୂଆବର୍ଷକୁ ସ୍ବାଗତ କରାଯିବ। ଇତିମଧ୍ୟରେ ଆତଙ୍କବାଦୀମାନେ ନୂଆ ବର୍ଷ ଅବସରରେ ଏକ ବଡ଼ ଷଡଯନ୍ତ୍ର ରଚିପାରନ୍ତି ବୋଲି ଗୋଇନ୍ଦା ବିଭାଗ (ଇଣ୍ଟେଲିଜେନ୍ସ ବ୍ୟୁରୋ) ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ରୀୟ ଗୁପ୍ତଚର ଏଜେନ୍ସିରୁ ପ୍ରାପ୍ତ ଇନ୍‌ପୁଟ ଆଧାରରେ ପାକିସ୍ତାନ ସୀମାବର୍ତ୍ତୀ ଉତ୍ତର ଭାରତୀୟ ରାଜ୍ୟରେ ପୋଲିସ ଷ୍ଟେସନ ଏବଂ ସରକାରୀ ଅଟ୍ଟାଳିକା ଉପରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ନୂଆ ବର୍ଷରେ ଜମ୍ମୁ-କଶ୍ମୀରରୁ ପଞ୍ଜାବ ପର୍ଯ୍ୟନ୍ତ ‘ଆତଙ୍କବାଦୀ ଆଲର୍ଟ’ ଜାରି କରାଯାଇଛି। ଯେଉଁଥିରେ ପଞ୍ଜାବ ପୋଲିସକୁ ସତର୍କ ରହିବାକୁ କୁହାଯାଇଛି। ନିକଟରେ ପଞ୍ଜାବ ପୋଲିସ ପାକିସ୍ତାନ ସୀମାରୁ ଚୋରା ଚାଲାଣକାରୀଙ୍କ ଏକ ନେଟୱାର୍କକୁ ଧରିଥିଲା। ଏଥିରେ ୨ଜଣ ଅନୁପ୍ରବେଶକାରୀଙ୍କୁ ହିରୋଇନ ଏବଂ ଅସ୍ତ୍ରଶସ୍ତ୍ର ସହ ଗିରଫ କରାଯାଇଥିଲା। ଅନ୍ୟପଟେ ଗତ କିଛି ମାସ ଧରି ପାକିସ୍ତାନ ସୀମାରୁ ଡ୍ରୋନ ମାମଲା ବୃଦ୍ଧି ପାଇବାରେ ଲାଗିଛି। ହେଲେ ସେମାନଙ୍କ ମନ୍ଦ କାର୍ଯ୍ୟକଳାପକୁ ଭାରତୀୟ ସେନା ପଣ୍ଡ କରିବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri