Posted inଜାତୀୟ

PM ମୋଦିଙ୍କୁ ଟାର୍ଗେଟ? ବେଙ୍ଗାଲୁରୁରେ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ହଇଚଇ

ବେଙ୍ଗାଲୁରୁ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆର୍ଟ ଅଫ ଲିଭିଂ ସେଣ୍ଟର ଗସ୍ତ ପୂର୍ବରୁ ବେଙ୍ଗାଲୁରୁରେ ଏକ ବଡ଼ ଧରଣର ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି। ପୋଲିସ ସୁରକ୍ଷା ଯାଞ୍ଚ ସମୟରେ ତାତାଗୁନି ନିକଟସ୍ଥ ଏକ ଫୁଟପାଥରୁ ଦୁଇଟି ସନ୍ଦିଗ୍ଧ ଜିଲାଟିନ ଷ୍ଟିକ ଜବତ କରିଛି।

କନକପୁରା ରୋଡ ହାଇୱେର ଏକ ବ୍ରିଜ ନିକଟରେ ଥିବା ଚାରିକାନ୍ଥ ପାଖରୁ ଏହି ବିସ୍ଫୋରକ ମିଳିଛି। ଏହି ସ୍ଥାନଟି ଆର୍ଟ ଅଫ ଲିଭିଂ ସେଣ୍ଟରଠାରୁ ମାତ୍ର ୩ କିଲୋମିଟର ଏବଂ ନାଇସ ରୋଡ (NICE Road) ଠାରୁ ପ୍ରାୟ ୧ କିଲୋମିଟର ଦୂରରେ ଅବସ୍ଥିତ। ପ୍ରଧାନମନ୍ତ୍ରୀଙ୍କ ଆଗମନ ପୂର୍ବରୁ କରାଯାଉଥିବା ରୁଟିନ୍‌ ‘ଏରିଆ କଣ୍ଟ୍ରୋଲ ଅପରେଶନ’ ସମୟରେ ଏହି ସନ୍ଦିଗ୍ଧ ସାମଗ୍ରୀ ଉଦ୍ଧାର କରାଯାଇଛି।

ପୋଲିସର ସୂଚନା ଅନୁଯାୟୀ, କୌଣସି ଅଜ୍ଞାତ ବ୍ୟକ୍ତି ଏହି ଜିଲାଟିନ ଷ୍ଟିକ୍କୁ ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ବିସ୍ଫୋରକକୁ ତୁରନ୍ତ ଜବତ କରାଯିବା ସହ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଆର୍ଟ ଅଫ ଲିଭିଂ ଫାଉଣ୍ଡେଶନର ବିରୋଧୀମାନେ ଏହା ପଛରେ ଥାଇପାରନ୍ତି ବୋଲି ପ୍ରାଥମିକ ସନ୍ଦେହ କରାଯାଉଥିଲେ ମଧ୍ୟ ପୋଲିସ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ କାରଣ ଦର୍ଶାଇ ନାହିଁ।

ଏହି ଘଟଣା ସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆର୍ଟ ଅଫ ଲିଭିଂର ୪୫ତମ ବାର୍ଷିକୋତ୍ସବ ଏବଂ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୭୦ତମ ଜନ୍ମଦିନ ସମାରୋହରେ ଯୋଗ ଦେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଏଭଳି ବିସ୍ଫୋରକ ମିଳିବା ଘଟଣା ସୁରକ୍ଷା ଏଜେନ୍ସିଗୁଡ଼ିକ ପାଇଁ ଚିନ୍ତାର ବିଷୟ ପାଲଟିଛି ଏବଂ ଅପରାଧୀଙ୍କୁ ଧରିବା ପାଇଁ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?