ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦକାରବାର ବୃଦ୍ଧି ଯୋଗୁ ସିମନବାଡି ଅଞ୍ଚଳକୁ ବାହାର ବ୍ଲକ ଅଞ୍ଚଳର ଅସାମାଜିକ ଯୁବକଙ୍କ ଡେରା ପକାଇବା ମୁଖ୍ୟ କାରଣ ବୋଲି କୁହାଯାଉଛି । ସିମନବାଡିର ମୁଖ୍ୟ ବଜାର ଦେଇ ରାଇକିଆକୁ ସଂଯୋଗ କରୁଥିବା ରାସ୍ତାରେ ବେଧଡକ ଚାଲିଛି ଏହି ଚୋରାମଦ କାରବାର ଏକାଧିକ ଦମ୍ପତ୍ତି ପୋଲିସ ଓ ଅବକାରୀ ବିଭାଗକୁ ଟିକିଏ ମଧ୍ୟ ଖାତିର ନକରି ବେଧଡକ ଚୋରାମଦ କାରବାର ସହ ନିଜ ସାମ୍ରାଜ୍ୟକୁ ବିକଶିତ କରୁଥିବା ବେକେ ଗରୀବ ଖଟିକିଆଙ୍କ ପରିବାର ମଦ ନିଶା ଯୋଗୁ କ୍ଷତି ସହୁଥିବା ଜଣାପଡିଛ। ସେପଟେ ଏହି ମଦ କାରବାର ଯୋଗୁ ଅଜଣା ଲୋକଙ୍କ ସିମନବାଡିରେ ବୁଲିବା ସେ ପୁଣି ବିଳମ୍ବିତ ରାତିରେ ଘର ଘର ବୁଲି କିଛି ଜାଣିବାକୁ ଉଦ୍ୟମ କିମ୍ବା ଚୋରୀ ଡକାୟତ ପାଇଁ ଯୋଜନା କରୁଥିବା ଆଶଙ୍କା କରାଯାଇଛି। ଏଭଳି ସିମନବାଡି ଅଞ୍ଚଳରେ ଗୁରୁବାର ଭୋର ୨ ଟା ରୁ ସାଢେ ୩ ପର୍ଯ୍ୟନ୍ତ ୨ ଅଜଣା ଯୁବକ ଘର ଘର ବୁଲି କିଛି ଦେଖୁଥିବା ଓ ସାହି ସାହି ବୁଲିଥିବା ସିସି କ୍ୟାମେରାରେ କଏଦ ହୋଇଥିବା ଜଣାପଡିଛି । ସେମାନେ କେବେ ସିମନବାଡି ଅଞ୍ଚଳରେ ପୁର୍ବରୁ ଦେଖିବାକୁ ମିଳିନଥିବା ଯୋଗୁ ଅଞ୍ଚଳରେ ଭୟର ବାତାବରଣ ଦେଖାଯାଇଛି। ବିଳମ୍ବିତ ରାତିରେ ଏହି ଅଜଣା ଲୋକଙ୍କ ବୁଲିବା କାରଣ ଏବେ ମଧ୍ୟ ଅସ୍ପଷ୍ଟ ରହିଥିବା ବେଳେ କେଉଁ ଉଦ୍ଧେଶ୍ୟରେ ସେମାନେ ବୁଲୁଥିଲେ ତାହା ଏବେ ସାଧାରଣରେ ବଡ଼ ପ୍ରଶ୍ନ ଉଠାଇଛି।

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri