ଝାରପଡ଼ା ପେଟ୍ରୋଲ ପମ୍ପରେ ଆତଙ୍କରାଜ ଘଟଣା: ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଭୁବନେଶ୍ୱର କଟକ ରୋଡସ୍ଥିତ ଝାରପଡ଼ାରେ ଥିବା ଜ୍ୟୋତି ପେଟ୍ରୋଲ ପମ୍ପରେ ଆତଙ୍କରାଜ ଘଟଣାରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ନାବାଳକଙ୍କ ସମେତ ୪ ଅଭିଯୁକ୍ତଙ୍କ ବିରୋଧରେ ଶୁକ୍ରବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗିରଫ ହୋଇଥିବା ୩ ଅଭିଯୁକ୍ତ ହେଲେ ଝାରପଡ଼ା ଅଞ୍ଚଳର ସନ୍ତୋଷ କୁମାର ଭୋଲା (୧୯), ବଡ଼ଗଡ଼ ଥାନା ଅଞ୍ଚଳର ଦେବାଶିଷ ବେହେରା (୧୯) ଓ ଜୟପ୍ରକାଶ ଦଳେଇ (୨୦)। ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଅଟକ ଥିବା ଅଭିଯୁକ୍ତ ନାବାଳକ ଜଣଙ୍କୁ ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡରେ ପୋଲିସ ହାଜର କରିବା ପରେ ତାଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ସୋମବାର ରାତି ପ୍ରାୟ ୯ଟା ବେଳେ ଅଭିଯୁକ୍ତ ନାବାଳକ ଓ ତାଙ୍କ ସାଙ୍ଗ ସନ୍ତୋଷ ଉକ୍ତ ପେଟ୍ରୋଲ ପମ୍ପକୁ ଏକ ବାଇକ ଯୋଗେ ପେଟ୍ରୋଲ ପକାଇବା ପାଇଁ ଯାଇଥିଲେ। ସେଠାରେ ଥିବା ପେଟ୍ରୋଲ ପମ୍ପ କର୍ମଚାରୀ ଉଭୟଙ୍କୁ ଲାଇନରେ ଆସିବା ପାଇଁ କହିବାରୁ ଅଭିଯୁକ୍ତଦ୍ୱୟ ତାଙ୍କୁ ଗାଳିଗୁଲଜ କରିଥିଲେ। ଏଥିସହ ସହଯୋଗୀ ଦେବାଶିଷ ଓ ଜୟପ୍ରକାଶଙ୍କୁ ସେଠାକୁ ଡ଼ାକିଥିଲେ। ପରେ ୪ ଅଭିଯୁକ୍ତ ମିଶି ପେଟ୍ରୋଲପମ୍ପ କର୍ମଚାରୀ ଓ ସାଧାରଣ ଲୋକଙ୍କୁ ଗାଳି କରିବା ସହ ମାଡ଼ ମାରିଥିଲେ। ଏଥିସହ ସେମାନେ ପଥର ମାଡ଼ କରି ଭୟର ବାତାବରଣ ସୃଷ୍ଟି କରିଥିଲେ। ଅଭିଯୁକ୍ତମାନେ ଏକ ବାଇକ, ଏକ ଟାଟାଏସି ଗାଡିର କାଚ ଏବଂ ଏକ ସ୍ବାଇପ ମେସିନକୁ ଭାଙ୍ଗି ଦେଇଥିଲେ। ଏନେଇ ମଙ୍ଗଳବାର କର୍ମଚାରୀ ତପନ ପରିଡାଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା (ନଂ. ୨୧୯/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପରେ ସିସିଟିଭି ଫୁଟେଜ୍‌ ଆଧାରରେ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri