ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ପୋଲିସ ପାଟ୍ରୋଲିଂ କଡାକଡି କରିବାକୁ ଦାବି କଲେ…

ଦିଗପହଣ୍ଡି, ୨୪।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସହରର ସଚେତନ ନାଗରିକ ବୃନ୍ଦ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଏବଂ ଦିଗପହଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଆଶିଷ କୁମାର ନାୟକଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ବଜାର ସାହି, ଜନତା ଲେନ, ମେଡିକାଲ ରୋଡ଼ ସମେତ ବିଭିନ୍ନ ପାର୍କ, ବାଳିକା ହାଇସ୍କୁଲ, ମହିଳା ମହାବିଦ୍ୟାଳୟ ନିକଟରେ ସହରର ସାହାଣୀ ବାଉରୀ ସାହିର କିଛି ନିର୍ଦ୍ଦିଷ୍ଟ ଯୁବକ ଓ ସେମାନଙ୍କ ସହଯୋଗୀମାନେ ଆଡ୍ଡା ଜମାଇ ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିବା ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ଅସାମାଜିକ ଯୁବକମାନେ ବିଭିନ୍ନ ସ୍ଥାନରୁ ମୂଲ୍ୟବାନ ସାମଗ୍ରୀ ଚୋରି କରିବା ସହ ସିସିଟିଭି କ୍ୟାମେରା, ସିମେଣ୍ଟ ତିଆରି ଚେୟାର, ପାଣି ପାଇପ ମିଟର, ବ୍ୟାୟାମ ଯନ୍ତ୍ରାଂଶ ଭଳି ସରକାରୀ ତଥା ସର୍ବସାଧାରଣ ସମ୍ପତ୍ତିଗୁଡ଼ିକୁ ନଷ୍ଟ କରି ଦେଉଛନ୍ତି। ବିଭିନ୍ନ ସ୍ଥାନରେ ପଥଚାରୀଙ୍କୁ ଆକ୍ରମଣ କରି ଲୁଟପାଟ ଚଳାଇଥିଲେ ମଧ୍ୟ ପୋଲିସର ଉଦାସୀନତା ସହରବାସୀଙ୍କୁ ତାଜୁବ କରିଛି। ଗତ କିଛି ଦିନ ତଳେ ଜଣେ ମାଛ ବ୍ୟବସାୟୀଙ୍କୁ ନିସ୍ତୁକ ମାଡ଼ ମାରି ଲହୁଲୁହାଣ କରିଥିବା ଅସାମାଜିକ ଯୁବକ ମାନେ ଅଭିଯୋଗକାରୀ ଓ ତାଙ୍କ ସମ୍ପର୍କୀୟମାନଙ୍କୁ ଖୋଲା ଚ୍ୟାଲେଞ୍ଜ ଓ ଧମକ ଦେଉଥିବାରୁ ତୁରନ୍ତ ସେମାନଙ୍କୁ ଗିରଫ କରିବାକୁ ଦାବି ହୋଇଛି। ପୋଲିସ ପାଟ୍ରୋଲିଂ କଡାକଡି କରି ସହରର ଶାନ୍ତ ପରିବେଶ ଫେରାଇବା ଦିଗରେ ପୋଲିସ ବିଫଳ ହେଲେ ଦିଗପହଣ୍ଡି ନାଗରିକ କମିଟି ପକ୍ଷରୁ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି। ସ୍ମାରକପତ୍ର ପ୍ରଦାନ ସମୟରେ ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଉପାଧ୍ୟକ୍ଷା ପ୍ରତିନିଧି କେ. କୁନା,କାଉନସିଲର ଦୀପକ କୁମାର ମିଶ୍ର, ସୁନିଲ କୁମାର ପଣ୍ଡା, ଆଇନଜୀବୀ ହରପ୍ରସାଦ ରଥ, ରସାନନ୍ଦ ରାଉତଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri