ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା ବୁଲା କୁକୁର ମାନଙ୍କ ଆତଙ୍କ ଲାଗି ରହିଛି। ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଶୁକ୍ରବାର ବ୍ରହ୍ମପୁର ମହାନଗର ନିଗମ ବିଏମସିରୁ ଆସିଥିବା ସ୍ଵତନ୍ତ୍ର ଟିମ୍ ପାଟପୁର,ମହାନଳା ପ୍ରଭୃତି ଗ୍ରାମରେ ପହଞ୍ଚି ବୁଲା କୁକୁର ଧରା ଅଭିଯାନରେ ସାମିଲ ହୋଇଥିଲେ। ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ,ପ୍ରାଣୀ ଚିକିତ୍ସକ ଡ଼ା. ପ୍ରବୀଣ ସାହୁ ଓ ପାଟପୁର ଥାନା ପୋଲିସ ଟିମ୍ ଉପସ୍ଥିତିରେ ବ୍ରହ୍ମପୁର ବିଏମସିର ବୁଲା କୁକୁର ଧରିବା ପାଇଁ ପ୍ରଶିକ୍ଷିତ ଟିମ୍ ସଦସ୍ୟ ବୃନ୍ଦ ପାଟପୁର ଥାନା ପରିସର,ବିଭିନ୍ନ ସ୍କୁଲ ନିକଟ ଏବଂ ବଜାରରୁ ୯ ଟି ବୁଲା କୁକୁରଙ୍କୁ କାବୁ କରିଥିଲେ। ପରେ ପ୍ରାଣୀ ଚିକିତ୍ସକ ଟିମ୍ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ବିଏମସିରୁ ଆସିଥିବା ସ୍ଵତନ୍ତ୍ର ଟାଟା ଏସିଇ ଗାଡ଼ିରେ କୁକୁର ଗୁଡ଼ିକୁ ବ୍ରହ୍ମପୁର ନିଆଯାଇଥିବା ଜଣାପଡ଼ିଛି।

ସୂଚନା ପ୍ରକାରେ ଗତ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ ଟାରେ ପାଟପୁର ନିକଟ ମହାନଳା   ଗ୍ରାମ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରଥମ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ରଞ୍ଜନ ସାହୁ ଙ୍କ ଝିଅ ଝାନ୍ସି ରାଣୀ ସାହୁ(୬)ଙ୍କୁ ୨ ବୁଲା କୁକୁର ଝୁଣି ଖଣ୍ଡିଆ ଖାବରା କରି ପକାଇଥିଲେ ।  ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେହିପରି ଗତ ମେ ୨୫ ତାରିଖ ପ୍ରାୟ ୧୧ ଟାରେ ସେହି ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡା ଘରେ  ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ଗ୍ରାମର ବିଶିକେଶନ ଗୌଡ଼  ଏକମାତ୍ର  ପୁଅ ଆରୁଷ କୁମାର ଗୌଡ଼(୬) ଙ୍କୁ ୬ ବୁଲା କୁକୁର ଝୁଣି ଖଣ୍ଡିଆ ଖାବରା କରି ପକାଇଥିଲେ ।  ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଅବସ୍ଥାରେ   ବ୍ରହ୍ମପୁର ବଡ ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଆବଶ୍ୟକ ଚିକିତ୍ସା ପରେ ଅଧିକା ଚିକିତ୍ସା ନିମନ୍ତେ ବ୍ରହ୍ମପୁର   ସ୍ଥିତ ଏକ ଘରୋଇ ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା। କୁକୁର ତାଙ୍କ ମୁଣ୍ଡ ଖପୁରିର କିଛି ଅଂଶକୁ କାମୁଡ଼ି ଚୁଟି ସହିତ ମାଂସ ଟାଣି ନେଇଥିବା  ଯୋଗୁଁ ମୁଣ୍ଡର ଉପର ଭାଗରେ  ଗଭୀର କ୍ଷତ ହେବା  ସହ ମୁଁହ,ପିଠି ଓ ଶରୀରର ବିଭିନ୍ନ  ଭାଗକୁ  କୁକୁର ପଲ କାମୁଡି କ୍ଷତାକ୍ତ କରିଦେଇଥିଲେ। ପରେ ତାଙ୍କ ମୁଣ୍ଡରେ ପ୍ଲାଷ୍ଟିକ ସର୍ଜରୀ କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?