ନେପାଳରେ ବିଦ୍ରୋହକାରୀଙ୍କ ଆତଙ୍କ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ ଜିଅନ୍ତା ଜାଳିଦେଲେ…

କାଠମାଣ୍ଡୁ,୯।୯: ନେପାଳରେ  ବିଦ୍ରୋହକାରୀଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ସେମାନଙ୍କ ହିଂସାତ୍ମକ ପ୍ରଦର୍ଶନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଝାଲନାଥ ଖନାଲଙ୍କ ପତ୍ନୀ ରବିଲକ୍ଷ୍ମୀ ଚିତ୍ରକାରଙ୍କ ଜୀବନ ଚାଲିଯାଇଛି। ପ୍ରଦର୍ଶନକାରୀମାନେ ତାଙ୍କ ଦେହରେ ନିଆଁ ଲଗାଇଦେଇଥିବା ଆକ୍ଷେପ କରାଯାଉଛି। ନେପାଳୀ ଗଣମାଧ୍ୟମରେ ପ୍ରକାଶିତ ଦାବି ଅନୁଯାୟୀ, ତାଙ୍କୁ କୀର୍ତିପୁର୍‌ ବର୍ନ ହସ୍ପିଟାଲ୍‌କୁ ନିଆଯାଇଥିଲା, ଯେଉଁଠାରେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଯାଇଛି।
ଝାଲନାଥ ଖନାଲ ୨୦୧୧ରେ ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିଲେ। ତାଙ୍କର କାର୍ଯ୍ୟକାଳ ଖୁବ୍‌ କମ୍‌ ସମୟ ଥିଲେ ମଧ୍ୟ, ନେପାଳର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ରହିଛି। ସେ ସିପିଏନ୍‌ (କମ୍ୟୁନିଷ୍ଟ ପାର୍ଟି ଅଫ ନେପାଳ)ର ବରିଷ୍ଠ ନେତା। ମଙ୍ଗଳବାର ଦିନ ତାଙ୍କର ଦଲ୍ଲୁ ଅବସ୍ଥିତ ଘରେ ପ୍ରଦର୍ଶନକାରୀମାନେ ନିଆଁ ଲଗାଇଦେଇଥିଲେ, ଯେଉଁଥିରେ ତାଙ୍କ ପତ୍ନୀ ଗୁରୁତର ଭାବେ ପୋଡ଼ିଯାଇଥିଲେ। ଖନାଲଙ୍କୁ ନେପାଳୀ ସୈନ୍ୟମାନେ ରେସ୍କ୍ୟୁ କରିନେଇଥିଲେ।
ଏହି ଘଟଣା ନେପାଳର ରାଜନୈତିକ ପରିସ୍ଥିତିକୁ ଆହୁରି ଗମ୍ଭୀର କରିଛି। ସରକାର ଏହାକୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ନେବାର ଆଶା କରାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri