୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି ସ୍ଥାନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ତାଲା ପଡିଥିବା ଘରକୁ ଦୁର୍ବୁତ୍ତ ମାନେ ଟାର୍ଗେଟ କରୁଛନ୍ତି। ଉକ୍ତ ଥାନା ଅଞ୍ଚଳରେ ହୋଇଥିବା ଲୁଟ ସବୁ ମାଲିକମାନଙ୍କ ଅନୁପସ୍ଥିତି ଓ ତାଲା ପଡିଥିବାର ସୁଯୋଗ ନେଇ ଦୁର୍ବୁତ୍ତମାନେ ତାଲା କାଟି କବାଟ ଭାଙ୍ଗି ଲୁଟ କରୁଥିବା ଓ ସମସ୍ତ ଲୁଟ ସମାନ ଢଙ୍ଗରେ ହୋଇଥିବା ଦେଖିବାକୁ ମିଳିଛି। ତେବେ ସବୁଠାରୁ ବଡ଼ ଧରଣର ଲୁଟର ଶିକାର ହୋଇଛନ୍ତି ଦାରିଙ୍ଗବାଡିର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁ। ସେ ପରିବାର ସହ ଶୁକ୍ରବାର ବ୍ରହ୍ମପୁର ଯାଇଥିବା ବେଳେ ରବିବାର ପୂର୍ବାହ୍ନରେ ଫେରି ଦେଖିଲାବେଳେ ତାଙ୍କ ଘରର ତାଲା କାଟି ଦୁର୍ବୁତ୍ତମାନେ ସୁନା, ରୁପା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଛନ୍ତି।
ଏହି ଘଟଣାର ତଦନ୍ତ କରିବାକୁ ବାଲିଗୁଡା ଏସଡିପିଓ ଶୁଭମ ଭୋସଲେ ଘଟଣାସ୍ଥଳକୁ ଆସିଥିବାବେଳେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଦାରିଙ୍ଗବାଡି ଜିଲାର ପ୍ରମୁଖ ବ୍ୟବସାୟ ପେଣ୍ଠ ସ୍ଥଳ ଏବଂ ଦାରିଙ୍ଗବାଡି ଏକ ପର୍ଯ୍ୟଟନକ୍ଷେତ୍ର ତେଣୁ ଜିଲା ତଥା ଜିଲା ବାହାରୁ ଦୈନିକ ଶହ ଶହ ଲୋକ ଦାରିଙ୍ଗବାଡିକୁ ଆସୁଛନ୍ତି। କିଛି ଅସାମାଜିକ ତତ୍ତ୍ୱ ମଧ୍ୟ ସେହି ମଧ୍ୟରେ ଯାତାୟାତ କରୁଛନ୍ତି। ତେଣୁ ଅସାମାଜିକ କାର୍ଯ୍ୟକଳାପ, ଚୋରି ରୋକିବା ସହ ଜନସାଧାରଣ ସୁରକ୍ଷିତ ରହିବା ପାଇଁ ସମସ୍ତେ ସିସି କ୍ୟାମେରା ସଂସ୍ଥାପନ କରିବା ଆବଶ୍ୟକ। ଏହା ଦ୍ୱାରା ସାଧାରଣ ଲୋକଙ୍କ ସୁରକ୍ଷା ବୃଦ୍ଧି ପାଇବା ସହ ଫାଇଦା ରହିବ ଓ କୌଣସି ଘଟଣା, ଦୁର୍ଘଟଣା ଘଟିଲେ ପୋଲିସର ତଦନ୍ତରେ ସିସି କ୍ୟାମେରା ବହୁତ ସହଯୋଗ କରିବ। ତେଣୁ ସେ ସମସ୍ତେ ସିସି କ୍ୟାମେରା ଖଞ୍ଜିବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ଦାରିଙ୍ଗବାଡିରେ ୧୦ ଦିନ ମଧ୍ୟରେ ଘଟିଥିବା ଲୁଟ ଘଟଣାରେ ପୋଲିସ ଦୁର୍ବୁତ୍ତଙ୍କୁ ଧରିବାକୁ ସମସ୍ତ ପ୍ରକାର ତଦନ୍ତର ଦିଗକୁ ଗୁରୁତ୍ୱ ଦେବା ସହ ଉଦ୍ୟମ ଚଳାଇଛି ବୋଲି ଖବରଦାତା ସମ୍ମିଳନୀରେ ସେ କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri