ଆତଙ୍କବାଦ ନିରୋଧୀ ଶପଥ ପାଠ

କଟକ ଅଫିସ, ୨୨ା୫: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ଶୁକ୍ରବାର ଆତଙ୍କବାଦ ନିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ନରେ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସାମାଜିକ ଦୂରତା ରକ୍ଷା ସହ ମାସ୍କ ପରିଧାନ କରି ଆତଙ୍କବାଦ ନିରୋଧୀ ଶପଥ ପାଠ କରିଥିଲେ। ଦେଶର ଅହିଂସା ଓ ସହନଶୀଳତା ଉପରେ ଦୃଢ ବିଶ୍ୱାସ ରଖି ଆତଙ୍କବାଦ ଏବଂ ହିଂସା ବିରୋଧରେ ସଂଗ୍ରାମ କରିବାକୁ ସେମାନେ ଶପଥ ନେଇଥିଲେ। ଡିଜିପି ଅଭୟ ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଏଡିଜିପି (ହେଡକ୍ବାର୍ଟର) ଲଳିତ ଦାସ, ଏଡିଜିପି (ଆଇନଶୃଙ୍ଖଳା) ୱାଇ. କେ. ଜେଠୱା, ଆଇଜି (ପର୍ସୋନେଲ) ପ୍ରବୀଣ କୁମାର, ଆଇଜି (ପ୍ରୋଭିଜନିଂ) ଯତୀନ୍ଦ୍ର କୋଏଲ, ଆଇଜି (କ୍ରାଇମବ୍ରାଞ୍ଚ) ଅମିତେନ୍ଦ୍ରନାଥ ସିହ୍ନା, ଏଆଇଜି (ହେଡକ୍ବାର୍ଟର) ପ୍ରତ୍ୟୁଷ ଦିବାକର ପ୍ରମୁଖ ଉପସ୍ଥିତ ଥିଲେ। ସୁବେଦାର ଅଶୋକ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?