Posted inଜାତୀୟ

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ବିଦେଶୀ ଓ ୨ ସ୍ଥାନୀୟ ଲୋକ ଅଛନ୍ତି। ପହଲଗାମ୍‌ର ବୈସରନ ପର୍ବତ ଶିଖରରେ ଏକ ୪୦ ଜଣିଆ ପର୍ଯ୍ୟଟକ ଦଳଙ୍କୁ ଟାର୍ଗେଟ କରି ସଶସ୍ତ୍ର ଆତଙ୍କବାଦୀମାନେ ଆଖିବୁଜା ଗୁଳି ଚଳାଇଥିଲେ। ଆକ୍ରମଣ ସ୍ଥଳରେ ଅନେକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମରଶରୀର ପଡ଼ିଥିବା ଦେଖାଯାଇଛି। ଆକ୍ରମଣ ପାଇଁ ଲଶ୍କର-ଇ-ତୋଇବାର ଛାମୁଆ ସଂଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (ଟିଆର୍‌ଏଫ୍‌) ନିଜକୁ ଦାୟୀ କରିଛି। ୨୦୧୯ ଫେବୃଆରୀରେ ପୁଲ୍‌ଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୪୭ ଜଣ ସିଆର୍‌ପିଏଫ୍‌ ଯବାନ ପ୍ରାଣ ହରାଇଥିତ୍ଲେ। ଏହା ପରଠାରୁ ମଙ୍ଗଳବାରର ଆକ୍ରମଣ ସବୁଠୁ ବଡ଼ ଆତଙ୍କବାଦୀ ଆକ୍ରମଣ ବୋଲି କୁହାଯାଉଛି। ସଶସ୍ତ୍ର ଆତଙ୍କବାଦୀ ପହଲଗାମ ରିସର୍ଟ ସହରଠାରୁ ୬ କି.ମି. ଦୂରରେ ଥିବା ବୈସରନ୍‌ରେ ପହଞ୍ଚତ୍ ସେଠାରେ ରେଷ୍ଟୁରାଣ୍ଟ ନିକଟରେ ଚାଲବୁଲ କରୁଥିବା ବା ପିକ୍‌ନିକ୍‌ କରୁଥିବା ପର୍ଯ୍ୟଟକମାନଙ୍କ ଉପରକୁ ଗୁଳି ଚଳାଇଥିଲେ ବୋଲି ଜଣେ ଅଧିକାରୀ କହିଛନ୍ତି। ଘଟଣାସ୍ଥଳରେ ଆତଙ୍କ ଖେଳିଯିବା ସହ ପର୍ଯ୍ୟଟକମାନେ ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଧାଇଁଥିଲେ ବୋଲି ଜଣେ ମହିଳା ପର୍ଯ୍ୟଟକ କହିଛନ୍ତି। ମୃତଦେହଗୁଡ଼ିକ ପଡ଼ିରହିଥିବାବେଳେ ମହିଳାମାନେ କାନ୍ଦୁଥିବାର ହୃଦୟ ବିଦାରକ ଭିଡିଓ ସାମ୍‌ନାକୁ ଆସିଛି।

ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ଘଟଣାର ପ୍ରତିବାଦରେ ବୁଧବାର ସମ୍ପୂର୍ଣ୍ଣ କଶ୍ମୀର ବନ୍ଦ ପାଇଁ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷ ମେହବୁବା ମୁଫ୍‌ତି ଆହ୍ବାନ ଦେଇଛନ୍ତି। ନିରୀହ ଲୋକଙ୍କ ହତ୍ୟା ବିରୋଧରେ ସମସ୍ତେ ଏକାଠି ହେବାର ସମୟ ଆସିଛି ବୋଲି ପିଡିପି ବିଧାୟକ ଓ୍ବାହିଦ ପାରା କହିଛନ୍ତି। ପର୍ଯ୍ୟଟକଙ୍କ ଉପରେ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପ୍ରତିବାଦରେ ଜମ୍ମୁର ଚାମ୍ବର ଅଫ୍‌ ବାର୍‌ ଆସୋସିଏଶନ ପକ୍ଷରୁ ବୁଧବାର ବନ୍ଦ ଡାକରା ଦିଆଯାଇଥିବାବେଳେ ପିଡିପି ଏହାକୁ ସମର୍ଥନ ଜଣାଇଛି। ଏହା କେବଳ କେତେଜଣ ନିର୍ଦ୍ଦିଷ୍ଟ ଲୋକଙ୍କ ଉପରେ ଆକ୍ରମଣ ନୁହେଁ, ସମସ୍ତଙ୍କ ଉପରେ ଆକ୍ରମଣ। ଏହି ଦୁଃଖଦ ସମୟରେ ଆମେ ଏକାଠି ଛିଡ଼ାହେବା ସହ ବନ୍ଦକୁ ଦୃଢ଼ ସମର୍ଥନ କରିବା ବୋଲି ମେହବୁବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?