ଆତଙ୍କବାଦ ମାନବିକତା ପାଇଁ ସବୁଠାରୁ ବଡ ବିପଦ, ଏସିଆ-ଆଫ୍ରିକାରେ ବୃଦ୍ଧି ପାଉଛି…

ଜେନେଭା,୨୯।୧୦ : ଆତଙ୍କବାଦକୁ ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ପରିଣତ କରିଥିବା ଦେଶମାନଙ୍କୁ ଚେତାବନୀ ଦେବା ପାଇଁ ଜାତିସଂଘର ଆତଙ୍କବାଦ ବିରୋଧୀ ପ୍ରତିବନ୍ଧକ ବ୍ୟବସ୍ଥା ପ୍ରଭାବଶାଳୀ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶନିବାର ସ୍ପଷ୍ଟ ଭାବେ କହିଛନ୍ତି। ପାକିସ୍ତାନର ନାମ ନନେଇ ସେ ଏଭଳି ମତପୋଷଣ କରିଛନ୍ତି। ମିଳିତ ଜାତିସଂଘ ସୁରକ୍ଷା ପରିଷଦର (ୟୁଏନଏସସି) ଆତଙ୍କବାଦ ବିରୋଧୀ କମିଟି ବୈଠକରେ ସମ୍ବୋଧିତ କରି ଜୟଶଙ୍କର ଆତଙ୍କବାଦକୁ ମାନବିକତା ପାଇଁ ସବୁଠାରୁ ବଡ ବିପଦ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ମିଳିତ ଜାତିସଂଘର ଉଦ୍ୟମ ସତ୍ତ୍ୱେ ବିଶେଷ କରି ଏସିଆ ଏବଂ ଆଫ୍ରିକାରେ ଆତଙ୍କବାଦର ବିପଦ ଆଶଙ୍କା ବୃଦ୍ଧି ପାଉଛି ।
ଆତଙ୍କବାଦ ମୁକାବିଲା ପାଇଁ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ଗତ ଦୁଇ ଦଶନ୍ଧି ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଶୈଳୀ ଗଠନ କରାଯାଇଛି।

ଆତଙ୍କବାଦକୁ ମୁକ୍ତ ସମାଜର ନୈତିକ ସ୍ବାଧୀନତା ସହନଶୀଳତା୍‌ ଏବଂ ପ୍ରଗତି ଉପରେ ଆତଙ୍କବାଦୀ ଗୋଷ୍ଠୀ ଦ୍ୱାରା ନୂତନ ଟେକ୍ନୋଲୋଜିର ଅପବ୍ୟବହାର ମାଧ୍ୟମରେ ବିପଦ ସୃଷ୍ଟି ହେବାରେ ଲାଗିଛି। ଆତଙ୍କବାଦୀ ଗୋଷ୍ଠୀର ଟୁଲକିଟ୍‌ ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରଭାବଶାଳୀ ଉପକରଣ ଭାବରେ ଉଭା ହୋଇଛି। ନିକଟ ଅତୀତରେ, ବିଶେଷ ଭାବରେ ମୁକ୍ତ ଏବଂ ଉଦାରବାଦୀ ସମାଜରେ ଆତଙ୍କବାଦୀ ଗୋଷ୍ଠୀ, ସେମାନଙ୍କର ଆଦର୍ଶ ଅନୁସରଣକାରୀଙ୍କ ମାଧ୍ୟମରେ ଏହି ଜ୍ଞାନକୌଶଳରେ ପ୍ରବେଶ କରି ନିଜର ଦକ୍ଷତା ବୃଦ୍ଧି କରିଛନ୍ତି।

ଆତଙ୍କବାଦୀଙ୍କ ଦ୍ୱାରା ସଶସ୍ତ୍ର ଡ୍ରୋନ ବ୍ୟବହାରକୁ ନେଇ ସଦସ୍ୟ ରାଷ୍ଟ୍ରଙ୍କ ଦୃଷ୍ଟି ଆକର୍ଷଣ କରାଯିବା ଆବଶ୍ୟକ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri