Posted inଜାତୀୟ

ଆତଙ୍କବାଦୀ କାର୍ଯ୍ୟକଳାପକୁ ଯଥାର୍ଥ କୁହାଯାଇ ପାରିବ ନାହିଁ…

ମୁମ୍ବାଇ,୧୯।୧୦ : ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିୟା ଗୁଟେରସ ବୁଧବାର ମୁମ୍ବାଇରେ ହୋଇଥିବା ୨୬/୧୧ ଆତଙ୍କବାଦୀ ଆକ୍ରମଣ ଘଟଣାରେ ନିହତ ହୋଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ସେ ଆତଙ୍କବାଦକୁ ସମ୍ପୂର୍ଣ୍ଣ ଖରାପ ବୋଲି କହିଥିଲେ ଏବଂ କୌଣସି କାରଣ ବା ବାହାନା ଏହାକୁ ଯଥାର୍ଥ କରିପାରିବ ନାହିଁ ବୋଲି କହିଛନ୍ତି।

୨୬ ନଭେମ୍ବର ୨୦୦୮ ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ସ୍ମରଣ କରିବା ପାଇଁ ମୁମ୍ବାଇର ତାଜ ହୋଟେଲରେ ଥିବା ଏକ ସ୍ମୃତି ସଂଗ୍ରହାଳୟରେ ମୃତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସେ କହିଛନ୍ତି, ମୁଁ ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଚାହୁଁଛି। ସେମାନେ ଆମ ଦୁନିଆର ହିରୋ। ମୁଁ ସେମାନଙ୍କ ପରିବାର, ସେମାନଙ୍କର ବନ୍ଧୁ, ଭାରତର ଲୋକ ଏବଂ ମୁମ୍ବାଇରେ ପ୍ରାଣ ହରାଇଥିବା ବିଶ୍ୱର ଅନ୍ୟ ସମସ୍ତଙ୍କୁ ମୋର ଗଭୀର ସମବେଦନା ଜଣାଉଛି।

ଶ୍‌ବର୍ତ୍ତମାନର ଦୁନିଆରେ ଆତଙ୍କବାଦ ପାଇଁ କୌଣସି ସ୍ଥାନ ନାହିଁ। ମୁମ୍ବାଇ ଆକ୍ରମଣ ଇତିହାସର ସବୁଠାରୁ ବର୍ବର ଆତଙ୍କବାଦୀ କାର୍ଯ୍ୟ ମଧ୍ୟରୁ ଅନ୍ୟତମ, ଯେଉଁଥିରେ ୧୬୬ ଜଣଙ୍କ ଜୀବନ ଯାଇଥିଲା।

ଜାତିସଂଘ ମୁଖ୍ୟଙ୍କ ଏହି ବିବୃତ୍ତି ପାକିସ୍ତାନ ଏବଂ ଚାଇନ ଭଳି ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶମାନଙ୍କ ପାଇଁ ଏକ ଶକ୍ତିଶାଳୀ ବାର୍ତ୍ତା ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri