Posted inଜାତୀୟ

ଜମ୍ମୁ-କଶ୍ମୀରରେ କମିଛି ଆତଙ୍କବାଦୀ କାର୍ଯ୍ୟକଳାପ

ନୂଆଦିଲ୍ଲୀ,୧୧।୧: ଜମ୍ମୁ-କଶ୍ମୀରରେ ୨୦୨୦ରେ ଆତଙ୍କବାଦୀ କାର୍ଯ୍ୟକଳାପ କମିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ଆତଙ୍କବାଦୀ କାର୍ଯ୍ୟ ୬୩.୯୩ ପ୍ରତିଶତ କମିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୨୦ ନଭେମ୍ବର ୧୫ ସୁଦ୍ଧା ଘଟିଥିବା ଘଟଣା ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଆତଙ୍କବାଦୀ ଆକ୍ରମଣରେ ସୁରକ୍ଷାକର୍ମୀଙ୍କ ଶହୀଦ୍‌ ହେବା ଘଟଣା ୨୯.୧୧ ପ୍ରତିଶତ ହ୍ରାସ ପାଇଛି। ସେହିପରି ସାଧାରଣ ଲୋକଙ୍କ ଆହତ ହେବା ଘଟଣା ୧୪.୨୮ ପ୍ରତିଶତ କମିଥିବା ରିପୋର୍ଟରେ ଦର୍ଶାଯାଇଛି। ୨୦୧୯ ତୁଳନାରେ ୨୦୨୦ରେ ରାଜ୍ୟରେ ଆତଙ୍କବାଦୀ ଆକ୍ରମଣ କମିଛି। ଜମ୍ମୁ-କଶ୍ମୀର ଏବଂ ଲଦାଖରେ କେନ୍ଦ୍ର ସରକାରଙ୍କ ସଫଳତା ସମ୍ପର୍କରେ ରିପୋର୍ଟରେ ପ୍ରକାଶ ପାଇଛି। ଜମ୍ମୁ-କଶ୍ମୀରରେ ୪୮ କେନ୍ଦ୍ରୀୟ ଆଇନ ଏବଂ ୧୬୭ ରାଜ୍ୟ ଆଇନ ପ୍ରଣୟନ କରାଯାଇଛି। ସେହିପରି ଲଦାଖରେ ୪୪ କେନ୍ଦ୍ରୀୟ ଆଇନ ଏବଂ ୧୪୮ ରାଜ୍ୟ ଆଇନର ସଫଳ ପ୍ରଣୟନ କରାଯାଇଥିବା ରିପୋର୍ଟ ସୂଚିତ ହୋଇଛି। ପ୍ରଧାନମନ୍ତ୍ରୀ ସହାୟତା ଯୋଜନା ଅନ୍ତର୍ଗତ ପାକିସ୍ତାନ ଅଧିକୃତ କଶ୍ମୀର ଏବଂ ଚମ୍ବାରୁ ବିସ୍ଥାପିତ ହୋଇଥିବା ୩୬,୩୮୪ ପରିବାରଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଇଛି। ପ୍ରତି ପରିବାରକୁ ୫ ଲକ୍ଷ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏହାଦ୍ୱାରା ୫,୭୬୪ ଶରଣାର୍ଥୀ ପରିବାର ଉପକୃତ ହୋଇପାରିଛନ୍ତି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?