Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ: ୨ ଶିଶୁ ମୃତ

ରାଜୌରୀ/ଜମ୍ମୁ,୩।୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲା ଅନ୍ତର୍ଗତ ଡାଙ୍ଗ୍ରୀ ଗ୍ରାମରେ ଆତଙ୍କବାଦୀମାନେ ୧୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆକ୍ରମଣ କରିଛନ୍ତି। ଏଥିରେ ଦୁଇ ନାବାଳକ ଭାଇଭଉଣୀ ପ୍ରାଣ ହରାଇବା ସହ ୬ ଜଣ ଆହତ ହୋଇଛନ୍ତି। ଦୁଇଟି ଆକ୍ରମଣରେ ମୋଟ ୬ ଜଣଙ୍କ ମୃତ୍ୟୁ ଘଟିଲାଣି। ରବିବାର ସନ୍ଧ୍ୟାରେ ଆତଙ୍କବାଦୀଙ୍କ ଗୁଳିରେ ୪ ଜଣ ନିହତ ହେବା ସହ ଅନ୍ୟ ୬ ଜଣ ଆହତ ହୋଇଥିଲେ। ସୋମବାର ସକାଳ ସାଢ଼େ ୯ଟା ବେଳେ ଡାଙ୍ଗ୍ରୀ ଗ୍ରାମରେ ଆତଙ୍କବାଦୀ ବିସ୍ଫୋରଣ ଘଟାଇବାରୁ ସାନ୍‌ଭି ଶର୍ମା(୭) ଏବଂ ବିହାନ କୁମାର ଶର୍ମା (୪)ଙ୍କର ଜୀବନ ଯାଇଛି। ଆକ୍ରମଣ ପ୍ରତିବାଦରେ ରାଜୌରୀ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆତଙ୍କବାଦୀମାନେ ବରିଷ୍ଠ ଅଫିସରଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ଆଇଇଡି ବିସ୍ଫୋରଣ ଘଟାଇଥିଲେ ବୋଲି ଜମ୍ମୁ-କଶ୍ମୀର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦିଲ୍‌ବାଗ ସିଂ କହିଛନ୍ତି। ଗ୍ରାମ ପ୍ରତିରକ୍ଷା କମିଟି (ଭିଡିସି)କୁ ପୁନର୍ଗଠନ କରାଯାଇ ସେମାନଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇ ଦିଆଯିବ ବୋଲି ଦିଲ୍‌ବାଗ ଘୋଷଣା କରିଛନ୍ତି। ପୂର୍ବରୁ ଭିଡିସିରୁ ୬୦ ପ୍ରତିଶତ ବନ୍ଧୁକ ଫେରାଇ ନିଆଯାଇଥିବା ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଏମ୍‌ଏଲ୍‌ସି ବିବୋଧ ଗୁପ୍ତା କହିଛନ୍ତି। ଡିଜିପି ବିକ୍ଷୋଭକାରୀଙ୍କୁ ଭେଟି ବୁଝାଶୁଝା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri