ଆତଙ୍କବାଦୀ ଆକ୍ରମଣ, ୨ ପୋଲିସ କର୍ମଚାରୀଙ୍କ ସମେତ ୩ ମୃତ…

ଇସଲାମାବାଦ,୧୪।୧୧: ପାକିସ୍ତାନର ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ଦୁଇଟି ପୃଥକ ଆତଙ୍କବାଦୀ ଆକ୍ରମଣରେ ଦୁଇ ପୋଲିସଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ସେନା ଏହି ସୂଚନା ଦେଇଛି।

ପାକିସ୍ତାନ ସେନାର ମିଡିଆ ୱିଙ୍ଗ ଇଣ୍ଟର ସର୍ଭିସେସ ଲୋକସମ୍ପର୍କ (ଆଇଏସଆରପି) ଏକ ବିବୃତ୍ତି ଜାରି କରି କହିଛି ଉତ୍ତର ୱାଜିରିସ୍ତାନ ଜିଲାର ମିର ଅଲି ତହସିଲରେ ଆତଙ୍କବାଦୀଙ୍କ ସହ ମୁକାବିଲା ସମୟରେ ଦୁଇ ପୋଲିସଙ୍କ ମୃତ୍ୟୁ ଘଟିଛି।

ଆକ୍ରମଣକାରୀଙ୍କୁ ଧରିବା ପାଇଁ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।
ଦ୍ୱିତୀୟ ଘଟଣା ଡେରା ଇସମାଇଲ ଖାନ ଜିଲାର ଦ୍ରଜିନ୍ଦା ତହସିଲରେ ଘଟିଥିଲା ଯେତେବେଳେ ଆତଙ୍କବାଦୀମାନେ ଏକ ତୈଳ ଓ ଗ୍ୟାସ କମ୍ପାନୀର କନଭେନ ଉପରେ ଆକ୍ରମଣ କରିଥିଲେ। ଏହି ଘଟଣାରେ କମ୍ପାନୀ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଜଣେ ଅଧିକାରୀଙ୍କ କହିବାନୁସାରେ, ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ଦୁଇ ଆହତଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି।

ଅଧିକାରୀଙ୍କ କହିବାନୁସାରେ, ଗୁଳି ବିନିମୟ ପରେ ଖସି ପଳାଇଥିବା ଆକ୍ରମଣକାରୀଙ୍କୁ ଧରିବା ପାଇଁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri