ଆତଙ୍କବାଦୀ ଆକ୍ରମଣ: ୪ ପୋଲିସ କର୍ମଚାରୀ ନିହତ

ଇସଲାମାବାଦ,୧୮ା୧୨: ରବିବାର ପାକିସ୍ତାନର ଖେବର ପଖତୁନଖଓ୍ବା ପ୍ରଦେଶର ଏକ ପୋଲିସ ଷ୍ଟେଶନରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଦକ୍ଷିଣ ଓ୍ବାଜିରିସ୍ତାନ ଆଦିବାସୀ ଜିଲା ସୀମାବର୍ତ୍ତୀ ଲକି ମରଓ୍ବତ ବରଗଇ ପୋଲିସ ଷ୍ଟେଶନ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ ବୋଲି ପୋଲିସ କହିଛି। ଆତଙ୍କବାଦୀମାନେ ହ୍ୟାଣ୍ଡ ଗ୍ରେନେଡ୍‌ ଏବଂ ରକେଟ ଲଞ୍ଚ ସହିତ ମରଣାନ୍ତକ ଅସ୍ତ୍ରଶସ୍ତ୍ର ଧରିଥିଲେ। ସନ୍ଦିଗ୍ଧ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଧରିବା ପାଇଁ ପୋଲିସର ଏକ ଟିମ୍‌ ସର୍ଚ୍ଚ ଅପରେଶନ ଜାରିରଖିଛି। ଖେବର ପଖତୁନଖଓ୍ବା ପ୍ରଦେଶର ମୁଖ୍ୟମନ୍ତ୍ରୀ ମହମ୍ମଦ ଏହି ଆକ୍ରମଣକୁ ଭୟଭୀତତାର କାର୍ଯ୍ୟ ବୋଲି କହିଛନ୍ତି ଏବଂ ତୁରନ୍ତ ରିପୋର୍ଟ ମାଗିଛନ୍ତି। ରାଷ୍ଟ୍ରପତି ଆରିଫ୍‌ ଅଲ୍‌ଭି ସମବେଦନା ଜଣାଇବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏହି ଆକ୍ରମଣକୁ ନିନ୍ଦା କରି ସେ କହିଛନ୍ତି, ଆତଙ୍କବାଦର ସମ୍ପୂର୍ଣ୍ଣ ରୂପେ ବିଲୋପ ନ ହେବା ପର୍ଯ୍ୟନ୍ତ ଆମର ଉଦ୍ୟମ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri