Posted inଜାତୀୟ

ପାର୍ବଣରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…

ନୂଆଦିଲ୍ଲୀ,୧୦।୧୦: ପାର୍ବଣରେ ରାଜଧାନୀ ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ କରିବା ଲାଗି ଆତଙ୍କବାଦେୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଗୋଇନ୍ଦା ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ରିପୋର୍ଟ ଆଧାରରେ ଦିଲ୍ଲୀର ସୁରକ୍ଷା ପାଇଁ ହାଇ ଆଲର୍ଟ ଜାରି ହୋଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ବଜାର, ରାସ୍ତାଘାଟ, ପାର୍କ, ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ଆଦିରେ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ହୋଟେଲ ଏବଂ ଗେଷ୍ଟ ହାଉସ ଉପରେ ତୀକ୍ଷ୍‌ଣ ନଜର ରଖାଯାଉଛି। ଭଡ଼ାଟିଆଙ୍କ ଯାଞ୍ଚ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି।

ପାର୍ବଣରେ ଯେ କୌଣସି ସ୍ଥିତିର ମୁକାବିଲା ପାଇଁ ଦିଲ୍ଲୀ ପୋଲିସ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପାଟ୍ରୋଲିଂକୁ ଜୋରଦାର କରିଛି। ନବରାତ୍ରୀ ଉତ୍ସବ ଅବସରରେ ସ୍ଥାନୀୟ ବଜାର ଏବଂ ମନ୍ଦିରଗୁଡ଼ିକରେ ଭିଡ ଉପରେ ପୋଲିସ ପକ୍ଷରୁ ସଜାଗ ଦୃଷ୍ଟି ରଖାଯାଇଛି ।

ସେପ୍ଟେମ୍ବର ୧୪ରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ପାକିସ୍ତାନର ଏକ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍‌ କରି ୭ ଆତଙ୍କବାଦୀଙ୍କୁ ଗିରଫ କରିଥିଲା। ସେମାନେ ପାର୍ବଣରେ ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ପଚରାଉଚରା ସମୟରେ ପୋଲିସ ସମ୍ମୁଖରେ ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri