Posted inଜାତୀୟ

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର…

ନୂଆଦିଲ୍ଲୀ,୫।୮: ଆତଙ୍କବାଦୀମାନେ ଭାରତରେ ଆକ୍ରମଣ କରିବାକୁ ଷଡଯନ୍ତ୍ର ରଚିଛନ୍ତି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଞ୍ଜାବ ଏବଂ ଜମ୍ମୁ ସୀମାରେ ଆତଙ୍କବାଦୀମାନେ ବଡ଼ ଧରଣର ଆକ୍ରମଣ ଲାଗି ପ୍ରସ୍ତୁତ ହେଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି। କରିପାରିବେ। ଏହି ଆକ୍ରମଣ ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବାର ଆଶଙ୍କା ରହିଛି। ନିକଟରେ ପାକିସ୍ତାନର ରାଓ୍ବଲପିଣ୍ଡିଠାରେ ଥିବା ଲଶ୍କର-ଇ-ତୋଇବା ଆତଙ୍କବାଦୀ ଜାକି-ଉର-ରେହମାନଙ୍କ ଘରେ ଆତଙ୍କବାଦୀଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି। ବୈଠକରେ ଆକ୍ରମଣର ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରାଯାଇଛି। ବୈଠକରେ ଜୈଶ-ଇ-ମହମ୍ମଦ, ଲଶ୍କର-ଇ-ତାଇବା ଏବଂ ଅଲ ବଦର ଆତଙ୍କବାଦୀ ସଂଗଠନର ସଦସ୍ୟମମାନେ ଅଂଶଗ୍ରହଣ କରିଥିଲେ। ଅଲ ବଦର ସଂଗଠନର କମାଣ୍ଡର ହାମଜା ବୁରହାନ ବୈଠକରେ ଉପସ୍ଥିତ ଥିଲେ। ଆତଙ୍କବାଦୀମାନଙ୍କୁ ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇର ସମର୍ଥନ ମିଳୁଛି। ଆଇଏସ୍‌ଆଇ ନିର୍ଦ୍ଦେଶରେ ଜୈଶ ଏବଂ ଲଶ୍କର ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ନିକଟରେ ଥିବା ନୌଶେରା ଏବଂ ଚାମ୍ବ ସେକ୍ଟରଠାରେ ଅନୁପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଜମ୍ମୁ କଶ୍ମୀରର ସୀମା ଅଞ୍ଚଳ ଦେଇ ଭାରତରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଦୀର୍ଘ ଦିନ ଧରି ଚାଲିଆସୁଛି। ମାର୍ଚ୍ଚ ୧ରୁ ଜୁଲାଇ ୨୧ ମଧ୍ୟରେ ଚାରିଟି ଅନୁପ୍ରବେଶ ଉଦ୍ୟମ ହୋଇଥିଲା। ଏଥିରେ ୨୨ ଜଣ ଆତଙ୍କବାଦୀ ସୀମା ପାର କରି ଭାରତ ସୀମାରେ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗେ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଜୈଶ ଆତଙ୍କବାଦୀମାନେ ଆଇଇଡି ଦ୍ୱାରା ଜମ୍ମ-କଶ୍ମୀର ଏବଂ ପଞ୍ଜାବରେ ଧାର୍ମିକ ସ୍ଥାନକୁ ଟାର୍ଗେଟ କରିଛନ୍ତି। ଡ୍ରୋନ ମାଧ୍ୟମରେ ସେନା ଏବଂ ବାୟୁସେନାକୁ ଟାର୍ଗେଟ କରିବାକୁ ମଧ୍ୟ ଉଦ୍ୟମ ହେଉଛି। ଜମ୍ମୁ-କଶ୍ମୀରରେ ଇତିମଧ୍ୟରେ ଲଗାତାର ସନ୍ଦେହଜନକ ଡ୍ରୋନ ଘଟଣା ଘଟୁଛି। ଏନେଇ ନିୟନ୍ତ୍ରଣ ରେଖାରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri