କଙ୍ଗୋରେ ଆତଙ୍କବାଦୀ ଆକ୍ରମଣ, ୨୩ ମୃତ ଅନେକେ ନିଖୋଜ

ବେନି,୧୪।୧୧: ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋର ଏକ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଆତଙ୍କବାଦୀ ଆକ୍ରମଣରେ ପ୍ରାୟ ୨୩ ଜଣଙ୍କର ମୃତ୍ୟୁ ହୋଇଛି। ପୂର୍ବ ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋରେ ଥିବା ଏକ ଗାଁକୁ ଇସଲାମୀୟ ମାଓବାଦୀମାନେ ଆକ୍ରମଣ କରିଛନ୍ତି ବୋଲି ଜଣେ ସ୍ଥାନୀୟ ଅଧିକାରୀ ତଥା ଜଣେ ସମାଜସେବୀ କହିଛନ୍ତି। ଯେଉଁଥିରେ ଅତି କମରେ ୨୩ ଜଣଙ୍କର ମୃତ୍ୟୁ ହୋଇଛି।
ନାଗରିକ ସମାଜ ନେତା ମରିସ ମାବେଲେ ମୁସାଇଡି କହିଛନ୍ତି ଯେ ଆକ୍ରମଣକାରୀମାନେ ପ୍ରଥମେ ଗ୍ରାମବାସୀଙ୍କୁ ବାନ୍ଧି ରଖିଥିଲେ। ଏହା ପରେ ସେମାନଙ୍କୁ ଛୁରୀ ଏବଂ ଅନ୍ୟାନ୍ୟ ଅସ୍ତ୍ରରେ ହତ୍ୟା କରାଯାଇଥିଲା। ଏହି ଘଟଣା ସମୟରେ କିଛି ଗ୍ରାମବାସୀ କୌଣସି ପ୍ରକାରେ ଘଟଣାସ୍ଥଳରୁ ଖସିଯିବାରେ ସଫଳ ହୋଇଥିଲେ। ଏହି ଆକ୍ରମଣରେ ସରକାରୀ ମୃତ୍ୟୁ ସଂଖ୍ୟା ପ୍ରଥମେ ୧୯ରେ ରଖାଯାଇଥିଲା। ଏହା ପରେ ବର୍ତ୍ତମାନ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଉଗାଣ୍ଡାର ଲାମିଆ ନଦୀ ପାର ହେବାକୁ ଚେଷ୍ଟା କରୁଥିବା ବେଳେ କିଛି ଲୋକ ବୁଡ଼ିଯାଇଛନ୍ତି ବୋଲି ଜଣେ ସ୍ଥାନୀୟ ଅଧିକାରୀ କହିଛନ୍ତି। ସେ କହିଛନ୍ତି ଯେ ଅନେକ ଲୋକ ନିଖୋଜ ଅଛନ୍ତି। ଅନ୍ୟ ଜଣେ ସ୍ଥାନୀୟ ଅଧିକାରୀ ମଙ୍ଗଳବାର କହିଛନ୍ତି ଯେ ସେନା ଅଧିନାୟକଙ୍କ ସମେତ ମୃତ୍ୟୁ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଉଗାଣ୍ଡା ପହଞ୍ଚିବାକୁ ଚେଷ୍ଟା କରୁଥିବା ବେଳେ ନଦୀରେ ବୁଡ଼ିଯାଇଥିବା ଦୁଇ ଶିଶୁ ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri