Posted inଜାତୀୟ

ଶ୍ରୀନଗର ଏଚ୍‌ଏମ୍‌ଟି ଅଞ୍ଚଳରେ ଆତଙ୍କବାଦୀ ଆକ୍ରମଣ: ୨ଯବାନ ଶହୀଦ

ଶ୍ରୀନଗର,୨୬।୧୧: ମୁମ୍ବାଇର ୨୬/୧୧ ଆକ୍ରମଣକୁ ଆଜି ୧୨ ବର୍ଷ ପୂରିଥିବା ବେଳେ ଜମ୍ମୁ-କଶ୍ମୀର ଶ୍ରୀନଗରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଗୁରୁବାର ଦ୍ୱିପ୍ରହରରେ ଶ୍ରୀନଗର ଏଚ୍‌ଏମ୍‌ଟି ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ୨ଜଣ ଯବାନ ଶହୀଦ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଏଚ୍‌ଏମ୍‌ଟି ଅଞ୍ଚଳରେ ଆତଙ୍କବାଦୀମାନେ ଆସି ହଠାତ୍‌ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଉକ୍ତ ସ୍ଥାନରେ ଲୋକଙ୍କ ଭିଡ଼ ଯୋଗୁ ସୁରକ୍ଷାକର୍ମୀ ତାଙ୍କ ଉପରେ ପ୍ରତି ଆକ୍ରମଣ କରିପାରି ନ ଥିଲେ। ଯାହାର ସୁଯୋଗ ଉଠାଇ ଆତଙ୍କବାଦୀମାନେ ଆକ୍ରମଣ କରି ସେଠାରୁ ଫେରାର ହେବାରେ ସକ୍ଷମ ହୋଇଥିଲେ। ତେବେ ଆତଙ୍କବାଦୀଙ୍କ ଗୁଳିରେ ୪ଜଣ ଯବାନ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ନିଆଯାଉଥିବା ବେଳେ ରାସ୍ତାରେ ହିଁ ୨ଜଣ ଯବାନଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୨ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି ବୋଲି କଶ୍ମୀର ଆଇଜି ସୂଚନା ଦେଇଛନ୍ତି। ତେବେ ଆତଙ୍କବାଦୀଙ୍କୁ ଧରିବା ପାଇଁ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri