Posted inଜାତୀୟ

ଅଗଷ୍ଟ ୧୫ ପୂର୍ବରୁ ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୪।୮: ଜମ୍ମୁ-କଶ୍ମୀରରେ ଅଗଷ୍ଟ ୧୫ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଶ୍ରୀନଗର ଉପକଣ୍ଠ ନୋଗାମରେ ପୋଲିସ ଟିମ୍‌ ଉପରେ ଶୁକ୍ରବାର ସକାଳେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏହି ଆକ୍ରମଣରେ ୨ଜଣ ପୋଲିସକର୍ମୀ ଶହୀଦ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏନେଇ ଶ୍ରୀନଗର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଅଗଷ୍ଟ ୧୫ ପୂର୍ବରୁ ଘାଟିରେ ଶାନ୍ତି ରକ୍ଷା ପାଇଁ ଶ୍ରୀନଗର ସହରର ସୀମାନ୍ତରେ ଥିବା ନୋଗାମରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ନୋଗାମ ବାଇପାସ୍‌ ନିକଟରେ ଆତଙ୍କବାଦୀମାନେ ଅଚାନକ ପୋଲିସ ଟିମ୍‌ ଉପରେ ଆଖିବୁଜା ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ୩ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ୨କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନା ମୁତାବକ ଶନିବାର ସ୍ବାଧିନତା ଦିବସ ଅବସରରେ ଶ୍ରୀନଗର ସହରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଠାରେ ଉପରାଜ୍ୟପାଳ ମନୋଜ ସିହ୍ନା ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ଘାଟିରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଆତଙ୍କବାଦୀମାନେ ଷଡ଼ଯନ୍ତ୍ର ରଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri